ହାତୀ ଆକ୍ରମଣରେ ମାମୁ, ଭାଣିଜୀ ଗୁରୁତର

ପରଜଙ୍ଗ,୮।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଆମ୍ବପଳାସ ଯୋଗୀ ସାହିରେ ବୁଧବାର ଭୋର୍‌ରୁ ଏକ ଦନ୍ତାହାତୀ ପଶିଥିଲା। ସେହି ସମୟରେ ଗ୍ରାମର ଗନ୍ଧର୍ବ ନାଥଙ୍କ ପରିବାର ଲୋକେ ଘର ପାଖ ଖଳାରେ ମେଶିନ ସାହାଯ୍ୟରେ ଧାନ ବେଙ୍ଗଳା କରୁଥିଲେ। ହାତୀଟି ହଠାତ୍‌ ଖଳା ପାଖରେ ପହଞ୍ଚି ଗନ୍ଧର୍ବଙ୍କ ପୁଅ ଟୁନା (୨୧), ନାତୁଣୀ ମମାଲି ନାଥ (୧୨)ଙ୍କୁ ଶୁଣ୍ଢରେ ଟେକି ଫିଙ୍ଗି ଦେଇଥିଲା। ଫଳରେ ଉଭୟେ ଗୁରୁତର ହୋଇଛନ୍ତି। ତେବେ ସେଠାରେ ଉପସ୍ଥିତ ଥିବା ଗନ୍ଧର୍ବଙ୍କ ସ୍ତ୍ରୀ ବିଜୁଳି, ଝିଅ ବବିତା, ୩ ଜ୍ୱାଇଁ ଯୁଧିଷ୍ଠିର, ଅଶ୍ୱିନୀ, ହରିହର ହାତୀ ଦେଖି ଜୀବନ ବିକଳରେ ଦୌଡ଼ି ପଳାଇଥିଲେ। ପରେ ସେମାନଙ୍କୁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ୧୦୮ ଆମ୍ବୁଲାନ୍ସ ଯୋଗେ ଟୁନା ଏବଂ ମାମାଲିଙ୍କୁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ଉକ୍ତ ଦନ୍ତାହାତୀ ପରଜଙ୍ଗ ଅଞ୍ଚଳରେ ଚଳପ୍ରଚଳ କରୁଛି ଏବଂ କ୍ଷେତରୁ ଧାନ ସରିଆସିଥିବାରୁ ବର୍ତ୍ତମାନ ଉକ୍ତ ଦନ୍ତା ଜନବସତି ମୁହାଁ ହୋଇ ଘର ଭାଙ୍ଗିବା ସହ ଧନ ଜୀବନ ନଷ୍ଟ କରୁଛି। ତେବେ ବନ ବିଭାଗ କର୍ମଚାରୀଙ୍କୁ ରାତିରେ ଜଣାଇବା ପରେ ସେଠାରେ ପହଞ୍ଚି ଦନ୍ତାକୁ ଘଉଡ଼ାଇଥିଲେ। ଡାକ୍ତରଖାନାରେ ମହାବିରୋଡ଼ ରେଞ୍ଜର ସୁବ୍ରତ ବେହେରା, ଫରେଷ୍ଟର ଶଶିରେଖା ଦିୱାନୀ ପହଞ୍ଚି ଆହତଙ୍କୁ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ଚିକତ୍ସା ପାଇଁ ପ୍ରଦାନ କରିଛନ୍ତି। ଚିକତ୍ସାରେ ଅଧିକ ଖର୍ଚ୍ଚ ହେଲେ ତାହାର ବିଲ୍‌ ପ୍ରଦାନ କଲେ ଅଧିକ କ୍ଷତିପୂରଣ ଦିଆଯିବ ବୋଲି ରେଞ୍ଜର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇଥର ଗଜକେଶରୀ ଯୋଗ: ଏହି ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଲଟେରୀ, ଚାରିଆଡୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଗଜକେଶରୀ ଯୋଗକୁ ଏକ ଶୁଭ ଯୋଗ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଜନ୍ମକୁଣ୍ଡଳୀରେ ଏହି ଯୋଗ ସୃଷ୍ଟି ହେଲେ କ୍ୟାରିୟର,…

ଏଲିଟ ଫିଲ୍ଡିଂ କ୍ଲବରେ ସାମିଲ ହେଲେ ତିଲକ

ଇନ୍ଦୋର,୧୨।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଳକ ବର୍ମା ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ଟି-୨୦ ସିରିଜର ତୃତୀୟ ମ୍ୟାଚ୍‌ରେ ତିଳକ…

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?