ହାତୀ ଆକ୍ରମଣରେ ମୃତ୍ୟୁ ଘଟଣା: ଧରିତ୍ରୀ ଖବରକୁ ନେଇ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ ଦାୟର, ମୃତକଙ୍କ ପରିବାରଙ୍କୁ କ୍ଷତିପୂରଣ ଦାବି

ହାଟଡ଼ିହୀ,୧୯।୫(ଡି.ଏନ୍‌.ଏ.): ଗତ ୧୭ରେ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ନୂଆରୁଗୁଡ଼ି ଗ୍ରାମର ଜଗନ୍ନାଥ ମଲ୍ଲିକ(୫୩) ଏବଂ ୧୮ରେ ମଇଚାଇପଦା ଗ୍ରାମର ସଞ୍ଜୁଲତା ରାଉତ(୫୨)ଙ୍କର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେହିଭଳି ପୂର୍ବରୁ ମଧ୍ୟ କୁଶଟିକିରି ଗ୍ରାମର ଖୁଖା ଖଣ୍ଡେଇ(୫୪)ଙ୍କର ମଧ୍ୟ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ଏ ନେଇ ଧରିତ୍ରୀ ଓ୍ବେବ୍‌ ପୋର୍ଟାଲରେ ଖବର ପ୍ରକାଶ ପାଇବା ପରେ ହିମାଂଶୁ ଶେଖର ନାୟକ ନାମକ ଜଣେ ବ୍ୟକ୍ତି ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ ଦାୟର କରିଛନ୍ତି। ସେ ତାଙ୍କ ଅଭିଯୋଗ ଡାଏରୀ(ନଂ-୫୭୪୧/ଆଇଏନ୍‌/୨୦୧୯)ରେ ମୃତକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା କ୍ଷତିପୂରଣ ଏବଂ କାର୍ଯ୍ୟରେ ଅବହେଳା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦର୍ଶାଇଛନ୍ତି। ତେବେ ସରକାରୀ ନିୟମ ଅନୁଯାୟୀ ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କରାଯିବ ବୋଲି ଆନନ୍ଦପୁର ଡିଏଫ୍‌ଓ ଅଜିତ୍‌ ଶତପଥୀ ଓ ହଦଗଡ଼ ରେଞ୍ଜର ସୁରେନ୍ଦ୍ର ହେମ୍ବ୍ରମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri