ହାତୀ ଆକ୍ରମଣରେ ଯୁବକ ମୃତ

ରାସୋଳ, ୧୨ା୪(ଡି.ଏନ.ଏ.)- ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଖଲିବୁରେଇ ସେକ୍ସନ ଗୋବିନ୍ଦପୁର ଗ୍ରାମର ପଙ୍କଜ ସାମଲଙ୍କ ରବିବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି । ଭୋରରୁ ସେ ଖଲିବୁରେଇ ଯିବାବେଳେ ବାଟରେ ହାତୀ ହାବୁଡରେ ପଡିଯାଇଥିଲେ।  ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ ବନ ବିଭାଗ ଓ ରାସୋଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ହିନ୍ଦୋଳ ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।  ହିନ୍ଦୋଳ ରେଞ୍ଜର ହରମୋହନ ନାୟକ ମୃତ ପଙ୍କଜଙ୍କ ସ୍ତ୍ରୀଙ୍କୁ ୪୦ ହଜାର ଟଙ୍କାର ଚେକ ପ୍ରଦାନ କରିଛନ୍ତି । ଆବଶ୍ୟକ କାଗଜପତ୍ର ଦାଖଲ କଲା ପରେ ସରକାରଙ୍କ ନିୟମ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି । ମୃତକଙ୍କ ଜଣେ ୫ ବର୍ଷର ଭିନ୍ନକ୍ଷମ ପୁଅ ଓ ୮ ବର୍ଷର ଝିଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri