ହାତୀ ଆକ୍ରମଣରେ ୨ ଆହତ

ବୁଗୁଡ଼ା,୬ା୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଭଗବାନପୁର-ଶୁଳିଆପଲ୍ଲୀ ରାସ୍ତାରେ ଗୁରୁବାର ରାତିରେ ହାତୀ ଆକ୍ରମଣରେ ଦୁଇ ଜଣ ଆହତ ହୋଇଥିବା ଜଣାପଡ଼ିଛି। ଆହତ ଦୁଇ ଜଣ ହେଲେ ବୁଗୁଡ଼ା ଥାନା ଅନ୍ତର୍ଗତ ଅରଖପୁର ଗ୍ରାମର ସୁଶାନ୍ତ ଦଳେଇ ଓ ମନୋଜ ପ୍ରଧାନ।

ପ୍ରକାଶ ଯେ, ସୁଶାନ୍ତ ଓ ମନୋଜ ଶୁଳିଆପଲ୍ଲୀକୁ କାମ କରିବାକୁ ବାଇକ୍‌ରେ ନିଜ ଗାଁକୁ ଫେରୁଥିଲେ। ଫେରିବା ସମୟରେ ତାଙ୍କ ପଛ ପଟୁ ଆସୁଥିବା ହାତୀପଲ ମଧ୍ୟରୁ ଗୋଟିଏ ହାତୀ ଅଚାନକ ବାଇକ୍‌ ସହ ଆରୋହୀଙ୍କୁ ଫୋପାଡ଼ି ଦେଇଥିଲା। ଖବର ପାଇ ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରା ସଦଳବଳ ଘଟଣାସ୍ଥଳରେ ପହଞ୍ଚି ଦୁଇ ଆହତଙ୍କୁ ଉଦ୍ଧାର କରି ବୁଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇଥିଲେ। ମନୋଜ ସାଧାରଣ ଭାବେ ଆହତ ହୋଇଥିବା ବେଳେ ସୁଶାନ୍ତଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଆହତ ଦ୍ବୟଙ୍କ ପ୍ରାଥମିକ ଚିକିତ୍ସା ପାଇଁ ବନ ବିଭାଗ ପକ୍ଷରୁ ୫ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri