ହାତୀ ଉଜାଡିଲେ ଧାନ ଫସଲ

ମାଧପୁର/ବଇଣ୍ଡା, ୧୨ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମୁଚ୍ଛପୁର ଗ୍ରାମରେ ହାତୀପଲ ପଶି ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ବିଲରେ ପଶି ଚାଷୀମାନଙ୍କ ଧାନ ଫସଲ ଉଜାଡିବା ଦେଇଥିବାରୁ ସେମାନେ ଚିନ୍ତାରେ ପଡିଛନ୍ତି। ଗ୍ରାମର ସନ୍ତୋଷ କର୍ଣ୍ଣ, ହୃଦାନନ୍ଦ କର୍ଣ୍ଣ, ରଞ୍ଜନ କର୍ଣ୍ଣ, ଶ୍ରୀପତି କର୍ଣ୍ଣ ପ୍ରମୁଙ୍କ ଚାଷ ଜମିରେ ହାତୀ ଦଳି ଚକଟି ଫସଲ ନଷ୍ଟ କରିଥିବା ସେମାନେ ପ୍ରକାଶ କରିଛନ୍ତି। କିଛି ଦିନ ହେଲା ଏହି ଅଞ୍ଚଳରେ ହାତୀ ଉତ୍ପାତ ବଢିବାରେ ଲାଗିଛି। ସା ହେବାକ୍ଷଣି ଲୋକେ ଘରୁ ବାହାରିବା ପାଇଁ ଲୋକେ ଭୟ କରୁଛନ୍ତି। ଏ ସମ୍ପର୍କରେ ମାଧପୁର ରେଞ୍ଜର ସନ୍ତୋଷ କୁମାର ଭୋଇ କହିଛନ୍ତି, ହାତୀ ଉପଦ୍ରବ ବାବଦରେ ଖବର ଅଛି। ଏହି ଅଞ୍ଚଳରେ ଏକ ମାଖନା ହାତୀ ଆଗରୁ ଥିଲା। ଏବେ ରେଢ଼ାଖୋଲ ଅଞ୍ଚଳରୁ ଏକ ଦନ୍ତା ହାତୀ ଆସି ତା ସହ ମିଶିଥିବାରୁ ଏପରି ସ୍ଥିତି ଉପୁଜିଛି। କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବା ବନ୍ଦୋବସ୍ତ କରାଯାଉଛି ବୋଲି ସେ କହିଛନ୍ତି। ସେହିପରି କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ମଧପୁର, କଣ୍ଟେଇକୁଳିଆ, ଅଁଳାବେରେଣୀ, ନାଗାଝରଣ ଆଦି ଗ୍ରାମଗୁଡିକରେ ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ ଗ୍ରାମାଭିମୁଖି ହୋଇ ବ୍ୟାପକ ପନିପରିବା ଚାଷ ସହ କଦଳୀ, ଆମ୍ବଗଛ ଭାଙ୍ଗି ନଷ୍ଟ କରୁଛନ୍ତି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ କରାଯିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Holi 2026: ମାର୍ଚ୍ଚ ୩ ନା ୪, ଏ ବର୍ଷ କେବେ ଖେଳିବେ ହୋଲି? ଜ୍ୟୋତିଷ କହିଦେଲେ…

ପ୍ରତିବର୍ଷ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ରାତିରେ ହୋଲିକା ଦହନ କରାଯାଏ। ହୋଲିକା ଦହନ ପର୍ୱକୁ ମିଥ୍ୟା ଉପରେ ସତ୍ୟର ବିଜୟର ପ୍ରତୀକ ଭାବରେ ବିବେଚନା କରାଯାଏ।…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

୩୪ ବର୍ଷ ପରେ ପ୍ରଥମ ବାର୍ଷିକ ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଭଲ ମଣିଷ ହେବାକୁ ପରାମର୍ଶ

ଦାରିଙ୍ଗବାଡି, ୨୦/୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗ୍ରୀନବାଡି ପଞ୍ଚାୟତ ପାଟ୍ଟା ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟର…

ରୁଟି କେଉଁଠୁ ଆସିଥିଲା? ଭାରତ ସହ କ’ଣ ରହିଛି ଲିଙ୍କ୍‌…

ରୁଟି ହେଉଛି ମଣିଷଜାତିର ସବୁଠାରୁ ପୁରୁଣା ଖାଦ୍ୟ ମଧ୍ୟରୁ ଗୋଟିଏ। ଏହା ସଭ୍ୟତାର ଉତ୍ଥାନ ସହିତ ଗଭୀର ଭାବରେ ଜଡିତ। ଆଜି ରୁଟିକୁ ଭାରତୀୟ ଖାଦ୍ୟର ଏକ…

କଣାସରେ ପଶିଲା ଗୋଠଛଡ଼ା ହାତୀ

କଣାସ,୨୦ା୨(ବିଭୂତି ଭୂଷଣ ତ୍ରିପାଠୀ): ପ୍ରତ୍ୟେକ ବର୍ଷ ଧାନ ଫସଲ ଖାଇବା ପାଇଁ ବରୁଣେଇ ଜଙ୍ଗଲରୁ ହାତୀମାନେ କଣାସ ବ୍ଲକର ବିଭିନ୍ନ ପଞ୍ଚାୟତକୁ ଆସି ବ୍ୟାପକ ଫସଲ କ୍ଷତିଗ୍ରସ୍ତ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri