ହାତୀ ଉପଦ୍ରବ, ଲୋକେ ଆତଙ୍କିତ

ଖୁଣ୍ଟୁଣୀ/ ଚୌଦ୍ୱାର, ୧୯।୧୨(ଡି.ଏନ୍‌.ଏ.):ଖୁଣ୍ଟୁଣୀ ଥାନା ଅଧୀନ ଡାଳଭାଗ ଓ ତଳଗଡ଼ ଗ୍ରାମରେ ହାତୀପଲ ପଶି ଫସଲ ନଷ୍ଟ କରିବା ସହ ଧାନ, ପନିପରିବା ଖାଇଦେଇଛନ୍ତି। ଡାଳଭାଗ ଗ୍ରାମର ନିଧି ମହାନ୍ତିଙ୍କ ବାରିରୁ ୬୦ ହଳା ଓ ଲକ୍ଷ୍ମୀଧର ମହାନ୍ତିଙ୍କ ବାରିରୁ ୪୦ ହଳା ପାଚିଲା ଧାନ ଖାଇଦେଇଥିବା ଜଣାପଡିଛି। ଏ ନେଇ ସେମାନେ ବନ ବିଭାଗ ନିକଟରେ ଅଭିଯୋଗ କରିଛନ୍ତି। ସେହିଭଳି ତଳଗଡ଼ ଗ୍ରାମରେ ମଧ୍ୟ ପ୍ରାଣବନ୍ଧୁ ରଣା, ପ୍ରଭାକର ରଣାଙ୍କ ସପ୍ନେଶ୍ୱର ମନ୍ଦିର ପାର୍ଶ୍ୱର ୨ଏକର ଜମିରେ ପଶି ଫସଲ ଖାଇବା ସହ ନଷ୍ଟ କରିଦେଇଛନ୍ତି। ଗୋକୁଳ ପଣ୍ଡାଙ୍କ ୧ଏକର ଧାନ ଫସଲକୁ ନଷ୍ଟ କରିଦେଇଛନ୍ତି। ଅଭିଯୋଗ ପରେ ଆଠଗଡ଼ ବନ ବିଭାଗ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଆଗ୍ରାହାଟ ପଞ୍ଚାୟତର ମଙ୍ଗଳପୁର କାଜୁ ଜଙ୍ଗଲରେ ୧୮ବିଶିଷ୍ଟ ହାତୀପଲ ଲୁଚି ରହିଥିବା ଦେଖିବାକୁ ମିଳିଛି। ଏ ନେଇ ସ୍ଥାନୀୟ ବାସିନ୍ଦାଙ୍କ ଭୟର ବାତାବରଣ ଲାଗି ରହିଛି। ଏହି ହାତୀପଲ ରବିବାର ବିଳମ୍ବିତ ରାତିରେ ଡାଳିଯୋଡା ସଂରକ୍ଷିତ ଜଙ୍ଗଲରୁ ବାହାରି ଏହି ଜଙ୍ଗଲରେ ଲୁଚି ରହିଛନ୍ତି। ଏହି ହାତୀପଲ ଭାଗଭାଗ ହୋଇଯାଇଥିବାରୁ ସେମାନଙ୍କୁ ଘଉଡାଇବା କଷ୍ଟକର ହୋଇପଡୁଥିବା ଚୌଦ୍ୱାର ବନପାଳ ଜ୍ୟୋତି ରଞ୍ଜନ ମହାପାତ୍ର କହିଛନ୍ତ। ୧୮ଟି ହାତୀ ମଧ୍ୟରୁ ୨ଟି ହାତୀ ଛତିଷାପାଟ ଅଭିମୁଖେ ଯାଇଥିବା ଜନୈକ ବନ କର୍ମଚାରୀ କହିଛନ୍ତି। ବନ କର୍ମଚାରୀ ହାତୀଙ୍କୁ ଘଉଡ଼ାଇବାରେ ବିଫଳ ହୋଇଥିବା ବେଳେ ଧାନ ବିଲକୁ ହାତୀପଲ ନ ପଶିବା ପାଇଁ ଗ୍ରାମବାସୀ ନିଅଁାହୁଳା ଜାଳି ଜଗି ରହିିଥିବା ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri