ଢେଙ୍କାନାଳ ଅଫିସ, ୨୬।୬-ହିନ୍ଦୋଳ ରେଞ୍ଜ ଅଧୀନ କନ୍ଧରା ସଂରକ୍ଷିତ ଜଙ୍ଗଲ ତଳି ଜନବସତି ନିକଟରେ ସୋମବାର ଏକ ମାଈ ହାତୀ ତା’ର ଶାବକକୁ ଛାଡ଼ି ପଳାଇଛି। ଉକ୍ତ ହାତୀ ଛୁଆର ଆନୁମାନିକ ବୟସ ଦେଢ଼ ବର୍ଷ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।
ହାତୀ ଛୁଆ ଜନବସତି ନିକଟରେ ବୁଲୁଥିବା ଦେଖି ଗ୍ରାମବାସୀ ସ୍ଥାନୀୟ ବିଟ୍ ହାଉସ୍କୁ ସୂଚନା ଦେଇଥିଲେ। ଏହାପରେ ବନ କର୍ମଚାରୀ ପହଞ୍ଚତ୍ ହାତୀର ସ୍ବାସ୍ଥ୍ୟ ପରୀକ୍ଷା କରିଛନ୍ତି। ମଣିଷ ଗନ୍ଧ ଦୂର କରିବାକୁ ହାତୀ ଶାବକ ଦେହରେ ଗୋବର ବୋଳି ଦିଆଯାଇଛି। କାରଣ, ହାତୀ ଶାବକଟି ମଣିଷ ସଂସ୍ପର୍ଶରେ ଆସିଥିବା ଜାଣିଲେ ମା’ ତାକୁ ସହଜରେ ଗ୍ରହଣ କରେନାହିଁ। ହାତୀପଲରେ ପୂର୍ବରୁ ଏପରି ଅନେକ ଘଟଣା ଘଟିଥିବା ନଜିର ରହିଛି। ତେଣୁ ଏହି ଆଶଙ୍କା ଦୂର କରିବାକୁ ହାତୀ ଛୁଆ ଦେହରେ ଗୋବର ବୋଳାଯାଇଥିବା ଏସିଏଫ୍ ଜିତେନ୍ଦ୍ରନାଥ ଦାସ ସୂଚନା ଦେଇଛନ୍ତି। ମଙ୍ଗଳବାର ରାତି ସୁଦ୍ଧା ଛୁଆକୁ ଜଙ୍ଗଲରେ ଛଡ଼ା ଯାଇପାରିନାହିଁ। ବୁଧବାର ମା’ ହାତୀ ପାଖକୁ ଛୁଆକୁ ନିଆଯିବ। ଶାବକ ଜୀବନ ପ୍ରତି ବିପଦ ଥିବାରୁ ତାକୁ ବିଟ୍ କର୍ମଚାରୀଙ୍କ ହେପାଜତ୍ରେ ରଖାଯାଇଥିବା ଏସିଏଫ୍ କହିଛନ୍ତି।
ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ
ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...
କେନାଲ ଭିତରକୁ ପଶିଗଲା କାର୍
ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...
ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…
ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...
ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…
ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...
ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…
ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...
୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ
ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ...
ଧାନ କାଟୁଥିବାବେଳେ ଚାଷୀଙ୍କୁ କାମୁଡ଼ିଲା ସାପ, ଆଉ ତା’ ପରେ…
ପରଜଙ୍ଗ,୨୭ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ଜଣେ ଚାଷୀ ଗୁରୁବାର ବିଲରେ ଧାନ କାଟୁଥିବା ବେଳେ ସାପ କାମୁଡ଼ାରେ...
ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ଡିଜେଲ ଚୋର, ବୋଲେରୋରେ ଆସି ଗାଡ଼ିରୁ କରୁଛନ୍ତି ଚୋରି
ପରଜଙ୍ଗ୨୬।୧୧(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରୁ ବାଇପାସ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଚେନ ମେଶିନରୁ ବୁଧବାର...
Archives


