ଢେଙ୍କାନାଳ ଅଫିସ, ୨୬।୬-ହିନ୍ଦୋଳ ରେଞ୍ଜ ଅଧୀନ କନ୍ଧରା ସଂରକ୍ଷିତ ଜଙ୍ଗଲ ତଳି ଜନବସତି ନିକଟରେ ସୋମବାର ଏକ ମାଈ ହାତୀ ତା’ର ଶାବକକୁ ଛାଡ଼ି ପଳାଇଛି। ଉକ୍ତ ହାତୀ ଛୁଆର ଆନୁମାନିକ ବୟସ ଦେଢ଼ ବର୍ଷ ହେବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି।
ହାତୀ ଛୁଆ ଜନବସତି ନିକଟରେ ବୁଲୁଥିବା ଦେଖି ଗ୍ରାମବାସୀ ସ୍ଥାନୀୟ ବିଟ୍ ହାଉସ୍କୁ ସୂଚନା ଦେଇଥିଲେ। ଏହାପରେ ବନ କର୍ମଚାରୀ ପହଞ୍ଚତ୍ ହାତୀର ସ୍ବାସ୍ଥ୍ୟ ପରୀକ୍ଷା କରିଛନ୍ତି। ମଣିଷ ଗନ୍ଧ ଦୂର କରିବାକୁ ହାତୀ ଶାବକ ଦେହରେ ଗୋବର ବୋଳି ଦିଆଯାଇଛି। କାରଣ, ହାତୀ ଶାବକଟି ମଣିଷ ସଂସ୍ପର୍ଶରେ ଆସିଥିବା ଜାଣିଲେ ମା’ ତାକୁ ସହଜରେ ଗ୍ରହଣ କରେନାହିଁ। ହାତୀପଲରେ ପୂର୍ବରୁ ଏପରି ଅନେକ ଘଟଣା ଘଟିଥିବା ନଜିର ରହିଛି। ତେଣୁ ଏହି ଆଶଙ୍କା ଦୂର କରିବାକୁ ହାତୀ ଛୁଆ ଦେହରେ ଗୋବର ବୋଳାଯାଇଥିବା ଏସିଏଫ୍ ଜିତେନ୍ଦ୍ରନାଥ ଦାସ ସୂଚନା ଦେଇଛନ୍ତି। ମଙ୍ଗଳବାର ରାତି ସୁଦ୍ଧା ଛୁଆକୁ ଜଙ୍ଗଲରେ ଛଡ଼ା ଯାଇପାରିନାହିଁ। ବୁଧବାର ମା’ ହାତୀ ପାଖକୁ ଛୁଆକୁ ନିଆଯିବ। ଶାବକ ଜୀବନ ପ୍ରତି ବିପଦ ଥିବାରୁ ତାକୁ ବିଟ୍ କର୍ମଚାରୀଙ୍କ ହେପାଜତ୍ରେ ରଖାଯାଇଥିବା ଏସିଏଫ୍ କହିଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…
Archives

