Posted inଫୁରସତ

ହାତୀ ଜାଣିପାରେ କମ୍‌ ବେଶୀର ତଫାତ

କୁକୁରର ଘ୍ରାଣ ଶକ୍ତି ବା ଶୁଙ୍ଘିବା ଶକ୍ତି ଅଧିକ ବୋଲି ଆମେ ଜାଣିଛେ। କିନ୍ତୁ ହାତୀମାନଙ୍କର ଶୁଙ୍ଘିବା ଶକ୍ତି ପ୍ରଖର ବୋଲି ଜାଣିଛନ୍ତି କି? ହାତୀ ଶୁଣ୍ଢରେ ଶୁଙ୍ଘି ଜାଣି ଦେଇଥାଏ କମ୍‌ ବେଶୀର ତଫାତ୍‌। ଆମେରିକାର ଗବେଷକ ୧୬ରୁ ୪୫ ବର୍ଷ ବୟସର ଥାଇଲାଣ୍ଡରେ ହାତୀଙ୍କୁ ନେଇ ପରୀକ୍ଷା କରି ଏହା ଜାଣିପାରିଛନ୍ତି। ଗବେଷଣାକାରୀ କୁହନ୍ତି, ହାତୀଙ୍କର ଶୁଙ୍ଘିବା କ୍ଷମତା ଅନ୍ୟ ଜୀବଜନ୍ତୁଙ୍କଠାରୁ ବେଶୀ। ଏହି ପରୀକ୍ଷା କରିବା ପାଇଁ ଏକ ବାଲ୍‌ଟିରେ ୨୪ ଗ୍ରାମ ସୂର୍ଯ୍ୟମୁଖୀ ମଞ୍ଜି ଏବଂ ଆଉ ଗୋଟିଏ ବାଲ୍‌ଟିରେ ୪ ଗ୍ରାମ ସୂର୍ଯ୍ୟମୁଖୀ ମଞ୍ଜି ନିଆଯାଇଥିଲା। ତେବେ ହାତୀମାନେ କମ୍‌ ବେଶୀ ପରିମାଣ ଶୁଙ୍ଘି ଜାଣିପାରିଥିଲେ। ନରହାତୀ ଏହି ତରିକା ଖୁବ୍‌ ଶୀଘ୍ର ଆଉ ଭଲ ଭାବେ କରିପାରନ୍ତି। କାରଣ ଭୋକ ଲାଗିଲେ ତାଙ୍କର ଶୁଙ୍ଘିବା ଶକ୍ତି ଆହୁରି ବଢ଼ିଯାଇଥାଏ। ଫଳରେ ସେମାନେ କମ୍‌ ବେଶୀର ତଫାତ୍‌ ସଙ୍ଗେ ସଙ୍ଗେ ଜାଣିପାରନ୍ତି। ଆହୁରି ମଧ୍ୟ ଗବେଷକମାନେ କୁହନ୍ତି, ଋତୁ ବଦଳିବା ସହିତ ଖାଦ୍ୟ ଏବଂ ପାଣି ଅନ୍ବେଷଣରେ ବହୁ ଦୂର ପର୍ଯ୍ୟନ୍ତ ଚାଲିଯାଇଥାନ୍ତି ଏମାନେ। ଫଳରେ ଭୋକିଲା ଥିବାରୁ ମଣିଷମାନଙ୍କୁ ଆକ୍ରମଣ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ବନ୍ୟା ସଙ୍କଟକୁ ନେଇ ଚିନ୍ତା ପ୍ରକଟ କଲେ ଧମେନ୍ଦ୍ର ପ୍ରଧାନ, ସମ୍ବଲପୁରବାସୀଙ୍କୁ…

ଭୁବନେଶ୍ୱର,୩୧।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri