ହାତୀ ନଦୀରେ ବନ୍ୟା ପରିସ୍ଥିତି: ଶତାଧିକ ଏକର ଚାଷ ଜମି ଜଳମଗ୍ନ, ଯାତାୟାତ ବ୍ୟାହତ

ଜୁନାଗଡ,୭।୯(ଡି.ଏନ.ଏ.)
ଗତ ୨ ଦିନ ଧରି ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ଶୁକ୍ରବାର ଭୋରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ହାତୀନଦୀରେ ବନ୍ୟା ଆସିବା ଯୋଗୁ ଜୁନାଗଡ ବ୍ଲକ ନଦୀ କୂଳରେ ଥିବା ବିଭିନ୍ନ ପଞ୍ଚାୟତର ଶତାଧିକ ଏକର ଚାଷଜମି ଜଳମଗ୍ନ ହୋଇଛି। ବିଶେଷ କରି ନଦୀକୂଳରେ ଥିବା ତଳମଲା, ଆଟିଗଁ। , ଚିଚୈଗୁଡା, ନାନ୍ଦୋଲ,କେନ୍ଦୁପାଟି, ଚିଙ୍ଗୁଡିସର, ଭଇଁରୀଗୁଡା, ବଳଦିଆମାଲ, ପଲାସ, ଗୌଡଛେଣ୍ଡିଆ,ମାଲିଗୁଡା, ହାବସପୁର, ଦାସିଗଁ। , ରାଜପୁର, ବଣିଜରା ଆଦି ପଞ୍ଚାୟତ ଓ ଜୁନାଗଡ ଏନ୍‌ଏସି ଶତାଧିକ ହେକ୍ଟର ଚାଷଜମି ଜଳମଗ୍ନ ହୋଇଛି। ଏଥିଯୋଗୁ ସେଠାରେ ରୁଆ ହୋଇଥିବା ଧାନ ଫସଲ ଓ ରୁଆ ହୋଇ ନ ଥିବା ତଳି (ପହ୍ଲା) ନଷ୍ଟ ହୋଇଥିବା ଆଶଙ୍କା କରାଯାଉଛି। ଏହାକୁ ନେଇ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ହାତୀନଦୀରେ ବନ୍ୟା ଯୋଗୁ ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ହାତୀନଦୀ-ଆଟିଗଁ। ପିଡବ୍ଲ୍ୟୁଡି ରାସ୍ତା ମଧ୍ୟରେ ଥିବା ଚିଚୈଗୁଡା ନିକଟସ୍ଥ ଖଳିଆ ସର (ନାଳ)ରେ ବନ୍ୟା ପାଣି ପ୍ରବାହିତ ହେଉଛି । ଏଥିଯୋଗୁ ଜୁନାଗଡକୁ ଯାତାୟାତ ଠପ୍‌ ହୋଇଛି। ଫଳରେ ଚିଚୈଗୁଡା, ଆଟିଗଁ। , ତଳମଲା ପଞ୍ଚାୟତ ଲୋକମାନେ ଚିଚୈଗୁଡା ଓ ବଣ୍ଡାକୁଟ୍ରା ଛକ ଦେଇ ମୁଖ୍ୟ ରାସ୍ତା ବୁଲି କି ଜୁନାଗଡକୁ ଯାତାୟାତ କରୁଛନ୍ତି। ସେହିପରି ଜୁନାଗଡରୁ ନାନ୍ଦୋଲ ଚିଙ୍ଗୁଡିସର, ମାକରଶୋଲା, ପାଣିଗଁ। କୁ ଯାଉଥିବା ରାସ୍ତାରେ ବନ୍ୟା ପାଣି ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri