ହାତୀ ପାଇଁ ବିଦ୍ୟୁତ୍‌ କାଟ୍‌ ପ୍ରତିବାଦରେ ରାସ୍ତାରୋକୋ

ବଡ଼ସାହି,୭ା୧(ସ୍ବ.ପ୍ର): ବଡ଼ସାହି-ସୁହାଗପୁର ଜଙ୍ଗଲରେ କିଛି ଦିନ ହେଲା ଏକ ଦନ୍ତା ହାତୀ ବୁଲୁଥିବାରୁ ସେହି ଅଞ୍ଚଳରେ ସନ୍ଧ୍ୟାରୁ ସକାଳ ପର୍ଯ୍ୟନ୍ତ ନିୟମିତ ବିଦ୍ୟୁତକାଟ୍‌ କରାଯାଉଛି। ଏହାର ପ୍ରତିବାଦରେ ଅଞ୍ଚଳବାସୀ ବୁଧବାର ରାସ୍ତାରୋକ କରିଥିଲେ। ସନ୍ଧ୍ୟା ସମୟରେ ମହିଳାପୁରୁଷମାନେ ବଡ଼ସାହି-ଉଦଳା ରାସ୍ତାର ଗୁହାଳଡିହୀଠାରେ ରାସ୍ତାକୁ ଅବରୋଧ କରିଥିଲେ। ଫଳରେ ଏକ ଘଣ୍ଟା ଧରି ଯାନବାହାନ ଚଳପ୍ରଚଳ ଠପ୍‌ ହୋଇଯାଇଥିଲା। ବନବିଭାଗର କର୍ମଚାରୀମାନେ ହାତୀ ଘଉଡାଇବା ପାଇଁ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜି ଥିବା ଜଣା ପଡ଼ିଛି।
ଡୁକୁରା ରେଞ୍ଜ କାର୍ଯ୍ୟାଳୟ ଅଧୀନ ସୁହାଗପୁର ସଂରକ୍ଷିତ ଜଙ୍ଗଲରେ ଏହି ଦନ୍ତା ହାତୀଟି ରହି ଉପଦ୍ରବ ଚଳାଉଛି। ଦିନ ବେଳେ ଘଞ୍ଚ ଜଙ୍ଗଲରେ ରହୁଥିବା ବେଳେ ସନ୍ଧ୍ୟା ହେଲେ ନିକଟବର୍ତ୍ତୀ ଗୁହାଳଡିହୀ, ଗଉଡମୁଣ୍ଡଳୀ, ସୁହାଗପୁର, କଉଡିଖଣି, ମାରକୁଣ୍ଡି, ଚାନ୍ଦଡିହା, ଛେଳିଆ(କ) ଆଦି ଗ୍ରାମମାନଙ୍କରେ ଆସି ଉପଦ୍ରବ କରୁଛି। ସନ୍ଧ୍ୟା ଠାରୁ ସକାଳ ପର୍ଯ୍ୟନ୍ତ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ବିଦ୍ୟୁତ ସରବରାହକୁ ବିଚ୍ଛିନ୍ନ କରୁଛନ୍ତି। ମକର ପର୍ବରେ ଗାଁ ଗଣ୍ଡା ଅନ୍ଧକାରରେ ରହୁଥିବାରୁ ଉପଭୋକ୍ତାମାନେ ନାନା ପ୍ରକାର ହଇରାଣ ହରକତ ହେଉଛନ୍ତି ବୋଲି ଗ୍ରାମର ମନୋରଞ୍ଜନ ବେହେରା, ରବୀନ୍ଦ୍ର କୁମାର ହେମ୍ବ୍ରମ ଓ ସନତ କୁମାର ବେହେରା ପ୍ରକାଶ କରିଛନ୍ତି। ସନ୍ଧ୍ୟାରୁ ସକାଳ ୧୨ଘଣ୍ଟା ପର୍ଯ୍ୟନ୍ତ ବିଦ୍ୟୁତ୍‌ ଅଭାବରେ ନିର୍ଭରଶୀଳ ମାଟ୍ରିକ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହେଉଛନ୍ତି। ଫଳରେ ଅସନ୍ତୁଷ୍ଟ ଗ୍ରାମବାସୀ ବନ ବିଭାଗର ନିଷ୍କ୍ରିୟତାକୁ ଦାୟୀ କରୁଛନ୍ତି। ଜଙ୍ଗଲରେ ହାତୀଟି ରହୁଥିବାରୁ ଉକ୍ତ ରାସ୍ତା ଦେଇ ଚଳପ୍ରଚଳ କରୁଥିବା ଲୋକମାନେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଡୁକୁରା ରେଞ୍ଜର ଘଟଣାସ୍ଥଳକୁ ଆସି ସମସ୍ୟାର ସମାଧାନ ନ କରିବା ପର୍ଯ୍ୟନ୍ତ ରାସ୍ତାରୁ ଉଠିବୁ ନାହିଁ ବୋଲି ଅଞ୍ଚଳବାସୀ ଅଡି ବସିଥିଲେ। ଖବରପାଇ ବଡ଼ସାହି ପୋଲିସ ପହଞ୍ଚି ସେମାନଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ସ୍ବଭାବିକ ହୋଇଥିଲା। ଖୁବଶୀଘ୍ର ହାତୀ ଘଉଡାଇବା ବ୍ୟବସ୍ଥା କରାନଗଲେ ଆଗାମୀ ଦିନରେ ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବୁ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri