ହାତୀ ପାଇଁ ବିପଦ ରକେଟ ବାଣ:ଆଇନ ଉଲ୍ଲଂଘନ, ଡବ୍ଲ୍ୟୁଏସ୍‌ଓ ଲେଖିଲା ଚିଠିି

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ):ଫସଲ ଖାଇବାକୁ ଆସୁଥିବା ହାତୀଙ୍କୁ ଘଉଡ଼ାଇବା ପାଇଁ ଲୋକେ ନିଆଁ ହୁଳା ଦେଖାଇବା ସହ ରକେଟ୍‌ ବାଣ ବ୍ୟବହାର କରୁଛନ୍ତି। ଅନୁଗୋଳ ବନଖଣ୍ଡ ତାଳଚେର ବନାଞ୍ଚଳର ବିଭିନ୍ନ ଅଞ୍ଚଳରେ ଏଭଳି ପରିସ୍ଥିତି ଦେଖିବାକୁ ମିଳୁଛି। ତେବେ ରକେଟ ବାଣ ହିଁ ହାତୀଙ୍କ ପାଇଁ ଏବେ ବିପଦ ସାଜିଛି। ଏହା ମଧ୍ୟ ବେଆଇନ ଅଟେ। ବନ୍ୟପ୍ରାଣୀ(ସଂରକ୍ଷଣ) ଆଇନ ୧୯୭୨ ଅନୁଯାୟୀ ନିଷ୍ଠୁର ଓ କ୍ଷତିକାରକ ଭାବେ ହାତୀ ଘଉଡ଼ାଇବା ଅପରାଧ ଅଟେ। ଏଭଳି ନ କରିବା ପାଇଁ ସୁପ୍ରିମକୋର୍ଟ ମଧ୍ୟ ୨୦୧୮ ଅଗଷ୍ଟ ୧ରେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ତେଣୁ ଯଥାଶଘ୍ର ଏ ଦିଗରେ ପଦକ୍ଷେପ ଗ୍ରହଣ କରିବା ପାଇଁ ଓ୍ବାଇଲ୍ଡଲାଇଫ୍‌ ସୋସାଇଟି ଅଫ୍‌ ଓଡ଼ିଶା(ଡବ୍ଲ୍ୟୁଏସ୍‌ଓ) ଦାବି କରିଛି। ଏ ନେଇ ଡବ୍ଲ୍ୟୁଏସ୍‌ଓ ପକ୍ଷରୁ ପିସିସିଏଫ୍‌(ବନ୍ୟପ୍ରାଣୀ)ଙ୍କୁ ଚିଠି ଲେଖାଯାଇଛି।
ଏ ସମ୍ପର୍କରେ ଡବ୍ଲ୍ୟୁଏସ୍‌ଓ ଅଧ୍ୟକ୍ଷ ବିଶ୍ୱଜିତ ମହାନ୍ତି କୁହନ୍ତି, ଗତବର୍ଷ ତାଳଚେର ବନାଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ଏ ସମ୍ପର୍କରେ ଅଭିଯୋଗ ପରେ ଅନୁଗୋଳ ଡିଭିଜନ୍‌ରେ ଏଭଳି କାର୍ଯ୍ୟକୁ ବନ୍ଦ କରିବା ପାଇଁ ଅନୁଗୋଳ ବନଖଣ୍ଡ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ତେବେ କିଛିଦିନର ବନ୍ଦ ପରେ ଏବେ ପୁଣି ସମାନ ପରିସ୍ଥିତି ଦେଖାଯାଇଛି। ଗତ ୭/୮ଦିନ ହେବ ତାଳଚେର ବନାଞ୍ଚଳ ଅଧୀନ ସନ୍ଥପଡ଼ା ଓ ଦାସନଳୀ ଜାଗାରେ ହାତୀଙ୍କୁ ଘଉଡ଼ାଇବା ପାଇଁ ଲୋକେ ରକେଟ୍‌ ବାଣ ଫୁଟାଉଛନ୍ତି। ରକେଟ ପକାଇଲେ ହାତୀ ପ୍ରତି ବିପଦ ରହିଛି। ସେମାନେ ଭୟଭୀତ ହୋଇ ଏଣେତେଣେ ବୁଲୁଛନ୍ତି। ତେଶୁ ହାତୀ ବିଲରେ ଫସଲ ଖାଇବାବେଳେ ବାଜା କିମ୍ବା ଅନ୍ୟାନ୍ୟ ବାଦ୍ୟ ଯନ୍ତ୍ର ବଜାଇ ଓ ଲାଇଟ୍‌ ପକାଇ ଘଉଡ଼ାଇବା ଉଚିତ ବୋଲି ବିଶ୍ୱଜିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri