ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ, ୫।୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ସ୍ନାନବେଦୀରେ ବିଜେ କରିବା ପରେ ନୀତିକାନ୍ତି ଆରମ୍ଭ ହୋଇଛି। ବେଦୀରେ ମହାପ୍ରଭୁଙ୍କ ଜଳଲାଗି ପରେ ନିର୍ଦ୍ଧାରିତ ସମୟରେ ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରଥ ଛେରାପହଁରା କରିଛନ୍ତି। ଏହା ପରେ ମହାପ୍ରଭୁଙ୍କ ହାତୀବେଶ ଅନୁଷ୍ଠିତ ହୋଇଛି॥ ସ୍ନାନମଣ୍ଡପରେ ୧୦୮ ଗଡ଼ୁ ମନ୍ତ୍ରୀତ ଜଳରେ ଚତୁର୍ଦ୍ଧାବିଗ୍ରହ ସ୍ନାନ କରିଛନ୍ତି। ଏହି ସ୍ନାନ ପରେ ମହାପ୍ରଭୁଙ୍କ ଦୁର୍ଲଭ ହାତୀ(ଗଜାନନ) ବେଶ ଅନୁଷ୍ଠିତ ହୋଇଛି। ଦାରୁ ବିଗ୍ରହଙ୍କ ଏହି ବେଶକୁ ନେଇ ଏକ କିମ୍ବଦନନ୍ତୀ ରହିଛି।
କିମ୍ବଦନ୍ତୀ ଅନୁଯାୟୀ, ଦାକ୍ଷିଣାତ୍ୟର ଗଣପତି ଭଟ୍ଟ ନାମକ ଗଣେଶ ଭକ୍ତ ସ୍ନାନପୂର୍ଣ୍ଣିମା ଦିନ ଶ୍ରୀକ୍ଷେତ୍ରକୁ ଆସିଥିଲେ। ସେ ଗଣପତିଙ୍କ ବ୍ୟତୀତ ଅନ୍ୟ କୌଣସି ଦେବତାଙ୍କୁ ଉପାସନା କରୁ ନ ଥିଲେ। ସେ ଗଣେଶକୁ ହିଁ ପରଂବ୍ରହ୍ମ ବୋଲି ବିଶ୍ୱାସ କରୁଥିଲେ। ଜ୍ୟେଷ୍ଠ ପୂର୍ଣ୍ଣିମାରେ ସ୍ନାନବେଦିରେ ସେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ। କିନ୍ତୁ ଗଣପତିଙ୍କୁ ନ ପାଇ ଅଭିମାନରେ ଫେରି ଯାଉଥିଲେ। ଭକ୍ତର ମନକଥା ଜାଣି ମୁଦିରସ୍ତଙ୍କୁ ମହାପ୍ରଭୁ ସ୍ବପ୍ନାଦେଶ କଲେ। ଅଧା ରାସ୍ତାରୁ ଭଟ୍ଟଙ୍କୁ ଫେରାଇ ଆଣବା ସହିତ ପୁନଃଦର୍ଶନ ନିମନ୍ତେ ମୁଦିରସ୍ତଙ୍କୁ ସ୍ବପ୍ନରେ କହିଲେ। ଗଣପତି ଫେରିଆସି ସ୍ନାନବେଦିରେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ। ଦର୍ଶନ ବେଳେ ମହାପ୍ରଭୁ ଗଣେଶ ରୂପରେ ପ୍ରତୀୟମାନ ହୋଇଥିଲେ। ସେହି ସ୍ମାରକୀ ସ୍ବରୂପ ପ୍ରତି ବର୍ଷ ସ୍ନାନଯାତ୍ରାରେ ସ୍ନାନବେଦିରେ ମହାପ୍ରଭୁ ହାତୀବେଶ ତଥା ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ବୋଲି ଗବେଷକ ଡ. ନରେଶ ଚନ୍ଦ୍ର ଦାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri