Posted inଜାତୀୟ

ହାତୀ ମୃତ୍ୟୁ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ତିରୁଭାନନ୍ତପୁରମ,୫।୬: କେରଳର ମଲ୍ଲାପୁରମ୍‌ରେ ଏକ ଗର୍ଭିଣୀ ହାତୀକୁ ବାଣ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ଭଳି ଏକ ହୃଦୟବିଦାରକ ଘଟଣା ସମଗ୍ର ଦେଶରେ ଆଲୋଡନ ସୃଷ୍ଟି କରିଛି। ଏହି ଘଟଣାରେ ଶୁକ୍ରବାର ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ଜଙ୍ଗଲ ମନ୍ତ୍ରୀ କେ. ରାଜ୍ୟ ସୂଚନା ଦେଇଛନ୍ତି। ଏହାପୂର୍ବରୁ ପୋଲିସ ୩ ସଂଦିଗ୍ଧଙ୍କୁ ଧରି ପଚରାଉଚରା କରୁଥିଲା। ଏହି ଘଟଣାରେ ଅନ୍ୟ ଦୋଷୀଙ୍କୁ ପୋଲିସ ଖୋଜୁଛି। କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ କହିଛନ୍ତି, ଏହି ଘଟଣାରେ ଅଭିଯୁକ୍ତଙ୍କ ବିରୋଧରେ କଡା କାର୍ଯ୍ୟନୁଷ୍ଠାନ ନିଆଯିବ।
ସୂଚନାଯୋଗ୍ୟ,ମେ’ ୨୩ ତାରିଖ ଦିନ ହାତୀଟି ଖାଦ୍ୟ ଅନ୍ବେଷଣରେ କେରଳର ପାଲକ ଜିଲାର ଏକ ଗ୍ରାମ ଭିତରକୁ ପଶିଆସିଥିଲା ବେଳେ କିଛି ସ୍ଥାନୀୟ ଲୋକ ସପୁରୀରେ ବାଣ ଭର୍ତ୍ତି କରି ହାତୀଟିକୁ ଖାଇବାକୁ ଦେଇଥିଲେ। ଆଉ ହାତୀ ଏହି ସପୁରୀଟିକୁ ଖାଇବା ପରେ ପ୍ରଚଣ୍ଡ ଶବ୍ଦ କରି ବାଣଟି ଫାଟିଯିବାରୁ ମୁହଁର ଏକ ବଡ ଅଂଶ ଜଳିଯିବା ସହ କ୍ଷତବିକ୍ଷତ ହୋଇ ଯାଇଥିଲା। ଏହାପରେ ହାତୀଟି ଅସହ୍ୟ ଯନ୍ତ୍ରଣାରେ ଘୂରି ବୁଲିଥିଲା। ତା’ର ଜିଭ ଛିଣ୍ଡି ଚାରିଦିନ କାଳ ସେ କିଛି ଖାଇ ପାରି ନ ଥିଲା। ଯନ୍ତ୍ରଣା ଉପଶମ ପାଇଁ ନିକଟସ୍ଥ ଭେଲିୟାର ନଦୀରେ ପଶିଯାଇଥିଲା। ତାକୁ ଉଦ୍ଧାର କରିବାକୁ ବନ ଅଧିକାରୀ ନୀଳକଣ୍ଠନ ଓ ସୁରେନ୍ଦ୍ରନ ନାମକ ଦୁଇଟି ପ୍ରଶିକ୍ଷିତ ହାତୀକୁ ସେଇ ନଦୀକୁ ଆାଣିଥିଲେ। କିନ୍ତୁ ସେଇ ଗର୍ଭିଣୀ ହାତୀଟିକୁ ସେମାନେ ଉଦ୍ଧାର କଲା ବେଳକୁ ତା’ର ମୃତ୍ୟୁ ହୋଇସାରିଥିଲା। ସେତେବେଳେ ଜଣାପଡିଥିଲା ଯେ ହାତୀଟି ଗର୍ଭବତୀ ଥିଲା। ତେଣୁ ଏହି ଘଟଣା ସମସ୍ତଙ୍କୁ ଗଭୀର ଆଘାତ ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?