ହାତୀ ଶାବକର ମୃତଦେହ ଠାବ

ସେରଗଡ,୧୭।୯(ଡି.ଏନ.ଏ.)
କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଦା ସେକ୍ସନ ଓ ବିଟ୍‌ ପୋରଗେଲ ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ହାତୀ ଶାବକର ମୃତଦେହ ଠାବ କରାଯାଇଛି । ଖବର ପାଇ ନର୍ଲା ବନ ବିଭାଗ, ରେଞ୍ଜର ନୃତରାଜ ମାଝି, କଳାହାଣ୍ଡି ଉତ୍ତରାଖଣ୍ଡ ବନ ବିଭାଗ ଡିଏଫ୍‌ଓ ନିତେଶ କୁମାର, ସିଇଏଫ୍‌ ବଂଶୀଧର ସ୍ବାଇଁ ଓ ଗଜାନନ ଲାଡେ, କମର୍ଦା ବନାଞ୍ଚଳ ଫରେଷ୍ଟର ନବୀନ ମାଝି, ଆଣ୍ଟି ଡିଫରେଶନ ସ୍କ୍ବାଡ୍‌ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ । ସେଠାରେ ମୃତ ଶାବକକୁ ବ୍ୟବଚ୍ଛେଦ କରାଯାଇଥିଲା। ପରେ ସ୍ଥାନୀୟ ସରପଞ୍ଚ, ବନ ସୁରକ୍ଷା କର୍ମକର୍ତ୍ତାଙ୍କ ଉପସ୍ଥିତିରେ ୫ ଫୁଟ୍‌ର ଗାତ ଖୋଳି ପୋତି ଦିଆଯାଇଛି। ହାତୀ ଶାବକ ମୃତାବସ୍ଥାରେ ଜନ୍ମ ହୋଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିଛି ବୋଲି ନର୍ଲା ରେଞ୍ଜର ନୃତରାଜ ମାଝି ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri