ହାତ ଧୋଇଲା ପରେ ଗାଁକୁ ପ୍ରବେଶ ଅନୁମତି

ବଲାଙ୍ଗୀର ଅଫିସ/ଟିକ୍ରାପଡା, ୨୭ା୩ (ଡି.ଏନ୍‌.ଏ.): କରୋନା ମହାମାରୀକୁ ନେଇ ଗାଁ  ଗାଁରେ ଏବେ ଆତଙ୍କ ସ୍ଥିତି । କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କୌଣସି ଔଷଧ ନାହିଁ । ଏଭଳି ସ୍ଥିତିରେ ସାଧାରଣ ସ୍ବାସ୍ଥ୍ୟସେବାରୁ ବହୁ ଦୂରରେ ଥିବା ଗ୍ରାମବାସୀମାନେ ସଚେତନତା ହିଁ ପ୍ରତିଷେଧକ ବୋଲି ବିଚାର କରିବା ଆରମ୍ଭ କରିଦେଇଛନ୍ତି । ସାମାଜିକ ଦୂରତା ବଜାୟ ରଖିବା କଷ୍ଟକର ହୋଇପଡୁଥିବାରୁ ଏବେ ଗାଁ ଗାଁରେ ଲୋକ ନାକାବନ୍ଦୀ କରିବା ଆରମ୍ଭ କରିଦେଇଛନ୍ତି । ବଲାଙ୍ଗୀର ଜିଲା ସଇଁତଲା ବ୍ଳକ କରମତଲା ପଞ୍ଚାୟତ ଅନ୍ତର୍ଗତ ଛନଛଡା ଗ୍ରାମର ଯୁବକମାନେ ସାମ୍ପ୍ରତିକ କରୋନା ସଂକ୍ରମଣକୁ ଆଖିଆଗରେ ରଖି ଛନଛଡା-ପେଣ୍ଡାମାଲ ଗ୍ରାମ ରାସ୍ତାରେ ଅସ୍ଥାୟୀ ପ୍ରତିରୋଧ ତିଆରି ଅବରୋଧ କରିଥିଲେ। ଫଳରେ ଛନଛଡା ଗାଁ ଭିତରକୁ ଅନ୍ୟ ଗାଁରୁ ଆସୁଥିବା ବାଇକ୍‌ ଓ ଚାରିଚକିଆ ଯାନବାହନ ଆଉ ଯାଇ ପାରୁନାହିଁ । ଅନ୍ୟ ଗାଁର କୌଣସି ଲୋକ ଗାଁକୁ ପ୍ରବେଶ କରିବା ଆଗରୁ ସେଠାରେ ସାବୁନ୍‌ରେ ହାତ ଧୋଇବାକୁ ପଡୁଛି । ହାତ ଧୋଇବା ପରେ ଲୋକେ ଅନ୍ୟ ଗାଁର ଲୋକଙ୍କୁ ଗାଁକୁ ପ୍ରବେଶ କରିବାକୁ ଅନୁମତି ଦିଆଯାଉଛି । ଗାଁର ଭରତ ଭୂଷଣ ବୁଡେକ, ଉମେଶ ପୁରୋହିତ, ବାମନ ବୁଡେକ, ଦିନେଶ ପୂଜାରୀ, ଯଦୁ ବାଗ, ନବୀନ ଚୌହାନ, ସୁଦାମ ପୁରୋହିତଙ୍କ ନେତୃତ୍ୱରେ ଗାଁରେ ବ୍ୟାପକ ସଚେତନତା ଅଭିଯାନ ଆରମ୍ଭ କରାଯାଇଛି । ଏଭଳି ସଚେତନତା କାର୍ଯ୍ୟକ୍ରମକୁ ଗ୍ରାମବାସୀ ପ୍ରଶଂସା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଝରିଗାଁ: ହଷ୍ଟେଲ ଭିତରେ ୨ ଫୁଟ୍ ପାଣି, ଭୟରେ ରାତି ବିତାଇଲେ ଛାତ୍ର

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଲଗାଣ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାରେ ଅବସ୍ଥିତ ସରକାରୀ ଏକ୍ସ ବୋର୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ…

ଅଭାବନୀୟ ଘଟଣା, ଖୋଲା ପାଇଖାନା ଟାଙ୍କିରେ ପଡ଼ି ୬ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ

ବୈଶିଙ୍ଗା,୨୫।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ନଡପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଲଗାଣ ବର୍ଷାରେ ଭରି…

ଲାଞ୍ଚ ନେଇଥିଲେ ବରିଷ୍ଠ କିରାଣୀ ଗୋବର୍ଦ୍ଧନ, ମିଳିଲା ଏମିତି ଦଣ୍ଡ

ବରଗଡ଼,୨୫।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟଲି ତହସିଲ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ କିରାଣୀ ତଥା ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟର ରାଜସ୍ବ ବିଭାଗରେ ବରିଷ୍ଠ କିରାଣୀ ଭାବେ କାର୍ଯ୍ୟରତ ଗୋବର୍ଦ୍ଧନ…

ବରଗଡ଼ ଧନୁଯାତ୍ରା: ଉଠିଲା କଂସ କଳାକାର ପରିବର୍ତ୍ତନ ଦାବି

ବରଗଡ଼,୨୫ା୯(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ୧୧ଦିନ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ…

୨ ଦାଦନ ସର୍ଦ୍ଦାରଙ୍କୁ ଉଠାଇନେଲା ଛତିଶଗଡ଼ ପୋଲିସ: ଶ୍ରମିକ ଚାଲାଣ କରି ନିର୍ଯାତନା ଦେବା ଅଭିଯୋଗ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଉତ୍ତରପ୍ରଦେଶକୁ ଶ୍ରମିକ ଚାଲାଣ କରି ଇଟାଭାଟିରେ ଅଧିକ ସମୟ କାମ କରାଇ ଶାରୀରିକ ଓ ମାନସିକ ନିର୍ଯାତନା ଦେବା ଅଭିଯୋଗରେ ଛତିଶଗଡ଼ ପୋଲିସ ନୂଆପଡ଼ା…

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?