Posted inଜାତୀୟ

ହାଥରସ ଗଣବଳାତ୍କାରକୁ ନେଇ ପୋଲିସର ବଡ ବୟାନ

ଲକ୍ଷ୍ନୌ,୧ ।୧୦: ଉତ୍ତର ପ୍ରଦେଶ ହାଥରସ ଗଣବଳାତ୍କାର ମାମଲା ବେଳକୁ ବେଳ ନୂଆ ମୋଡ ନେଇଛି । ପୀଡ଼ିତାଙ୍କ ମୃତ୍ୟୁ ପରେ ଏହାକୁ ନେଇ ରାଜନୀତି ହୋଇଛି ସରଗରମ । ଗୁରୁବାର ପିଡ଼ିତାଙ୍କ ପରିବାରକୁ ଭେଟିବାକୁ ଯାଇ ଗିରଫ ହୋଇଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ । ଏବେ ଏହାକୁ ନେଇ ଉତ୍ତର ପ୍ରଦେଶ ପୋଲିସ କହିଛି ମୃତକ ଯୁବତୀଙ୍କୁ ବଳାତ୍କାର କରାଯାଇ ନାହିଁ । ଆଗ୍ରାସ୍ଥିତ ଫୋରେନସିକ୍ ସାଇନ୍ସ ଲାବୋରୋଟୋରୀରେ ଅନୁସନ୍ଧାନ ପରେ ୟୁପି ପୋଲିସର ଏଡିଜି (ଆଇନ ଏବଂ ଅର୍ଡର) ପ୍ରଶାନ୍ତ କୁମାର ଦାବି କରିଛନ୍ତି ହାଥରସ ଘଟଣା ବଳାତ୍କାର ନୁହେଁ । ସେ କହିଛନ୍ତି ଘଟଣାକୁ ଭିନ୍ନ ରୂପ ଦିଆଯାଇ ପରିବେଶକୁ ଖରାପ କରୁଥିବା ଲୋକଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସୂଚନାଯୋଗ୍ୟ, ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇ ଦୋଷୀ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri