Posted inଖେଳ

ହାମିଲଟନଙ୍କୁ ରେକର୍ଡ ଟାଇଟଲ

ସିଲ୍‌ଭରଷ୍ଟୋନ୍‌, ୧୫ା୭-ମର୍ସିଡିଜର ଲୁଇସ୍‌ ହାମିଲଟନ ରେକର୍ଡ ୬ଷ୍ଠ ଥର ବ୍ରିଟିଶ ଫର୍ମୁଲଓ୍ବାନ ଗ୍ରାଁ ପ୍ରି ଟାଇଟଲ ହାସଲ କରିଛନ୍ତି। ପୂର୍ବରୁ ଏଠାରେ ଜିମ୍‌ କ୍ଲାର୍କ ଏବଂ ଆଲେନ୍‌ ପ୍ରୋଷ୍ଟ୍‌ସ ୫ଥର ଲେଖାଏଁ ବିଜୟ ହାସଲ କରି ରେକର୍ଡର ଅଧିକାରୀ ଥିଲେ। ରବିବାର ରେସ୍‌ରେ ବିଶ୍ୱଚାମ୍ପିୟନ ଡ୍ରାଇଭର ହାମିଲଟନ ଏକ ସେଫ୍ଟି କାର୍‌ର ଫାଇଦା ଉଠାଇ ଟିମ୍‌ମେଟ୍‌ ଭାଲ୍‌ଟେରୀ ବୋଟାସଙ୍କୁ ଅତିକ୍ରମ କରିବାରେ ସଫଳ ହୋଇଥିଲେ। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅନୁଷ୍ଠିତ ୧୦ରାଉଣ୍ଡ ରେସ୍‌ରେ ହାମିଲଟନଙ୍କ ଏହା ହେଉଛି ୭ମ ବିଜୟ। ଫଳରେ ବ୍ରିଟେନ ଡ୍ରାଇଭର ୬ଷ୍ଠ ବିଶ୍ୱ ଟାଇଟଲ ନିକଟତର ହୋଇଛନ୍ତି। ଚାମ୍ପିୟନଶିପ୍‌ ଷ୍ଟାଣ୍ଡିଂରେ ସେ ତଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବୋଟାସଙ୍କଠାରୁ ୩୯ ପଏଣ୍ଟ ବ୍ୟବଧାନରେ ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନରେ ନିଜ ସ୍ଥିତିକୁ ସୁଦୃଢ କରିପାରିଛନ୍ତି। ହାମିଲଟନଙ୍କ କ୍ୟାରିୟରର ଏହା ହେଉଛି ମୋଟ ୮୦ତମ ଟାଇଟଲ। ରବିବାର ରେସ୍‌ରେ ରେଡ୍‌ବୁଲ୍‌ର ପିଏରେ ଗାସ୍‌ଲି ଏବଂ ମାକ୍ସ ଭର୍ଷ୍ଟାପେନ୍‌ଙ୍କୁ ପଛରେ ପକାଇ ଫେରାରିର ଚାଲର୍‌ସ ଲେକ୍‌ରେକ୍‌ ତୃତୀୟ ହୋଇଥିଲେ। ଟପ୍‌ ଟେନ୍‌ରେ ସ୍ଥାନ ପାଇଥିବା ଅନ୍ୟମାନେ ଯଥାକ୍ରମେ ହେଲେ କାର୍ଲୋସ ସେଞ୍ଜ ଜୁନିୟର(ମ୍ୟାକଲରେନ), ଡାନିଏଲ ରିକାର୍ଡୋ(ରେନଲ୍ଟ), କିମି ରାଇକୋନେନ (ଆଲ୍‌ଫା ରୋମିଓ), ଡାନିଲ୍‌ କ୍ୟାତ୍‌(ଟୋରୋ ରୋସୋ) ଏବଂ ନିକୋ ହକେନବର୍ଗ (ରେନଲ୍ଟ)। ରୋମାଞ୍ଚଭରା ବ୍ରିଟିଶ ଗ୍ରାଁ ପ୍ରିରେ ମାକ୍ସ ଭର୍ଷ୍ଟାପେନ୍‌ ଏବଂ ସେବାଷ୍ଟିଆନ ଭେଟେଲଙ୍କ ମଧ୍ୟରେ ଧକ୍କା ସବୁଠାରୁ ଉଲ୍ଲେଖନୀୟ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ଫିଟନେସ ପରୀକ୍ଷାରେ ପାସ କଲେ ଜସପ୍ରିତ ବୁମରାହ; ଜାଣନ୍ତୁ କେଉଁ ସିରିଜରେ ଖେଳିବେ

ନୂଆଦିଲ୍ଲୀ,୩୧।୭: ଭାରତର ପ୍ରସିଦ୍ଧ ଦ୍ରୁତ ବୋଲର ଜସପ୍ରିତ ବୁମରାହ ତାଙ୍କ ଫିଟନେସ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହା ଭାରତୀୟ ଦଳ ଏବଂ ଏହାର ପ୍ରଶଂସକମାନଙ୍କ ପାଇଁ ଏକ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ଶ୍ରୀଲଙ୍କା ଗସ୍ତରେ ଏହି ୩ ଷ୍ଟାର ଖେଳାଳିଙ୍କ ପାଇଁ କର ବା ମର ପରିସ୍ଥିତି, ବିଫଳ ହେଲେ ଟିମ ଇଣ୍ଡିଆରୁ ବିଦାୟ!

ନୂଆଦିଲ୍ଲୀ, ୩୧।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଅଗଷ୍ଟ ୧୫ରୁ ଦୁଇଟି ଟେଷ୍ଟ ମ୍ୟାଚର ସିରିଜ ଆରମ୍ଭ ହେଉଛି। ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିରୁ ଏହି ସିରିଜ…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri