Posted inଖେଳ

ହାରିବାରେ ଶ୍ରୀଲଙ୍କା ସମକକ୍ଷ ହେଲା ଭାରତ

ବର୍ମିଂହାମ, ୨।୭- ଚଳିତ ଆଇସିସି ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ହାଇସ୍କୋରିଂ ମ୍ୟାଚ୍‌ରେ ଭାରତ ୩୧ ରନରେ ଇଂଲଣ୍ଡଠାରୁ ପରାସ୍ତ ହୋଇଛି। ଟୁର୍ନାମେଣ୍ଟରେ ଏକମାତ୍ର ଦଳ ଭାବେ ଅପରାଜେୟ ରହିଥିବା ବିରାଟ ବାହିନୀ ଏଥିସହ ବିଶ୍ୱକପ୍‌ରେ ପ୍ରଥମ ପରାଜୟ ସ୍ବାଦ ଚାଖିଛି। ସେହିଭଳି ଏହି ପରାଜୟ ସହ ଭାରତ ଏକ ଅଲୋଡ଼ା ରେକର୍ଡର ସମକକ୍ଷ ହୋଇଛି। ଏକଦିବସୀୟ କ୍ରିକେଟ୍‌ରେ ସର୍ବାଧିକ ମ୍ୟାଚ୍‌ ହାରିବାରେ ଶ୍ରୀଲଙ୍କା ସହ ଯୁଗ୍ମଭାବେ ତାଲିକାର ଶୀର୍ଷରେ ରହିଛି ଭାରତ। ଭାରତ ବର୍ତ୍ତମାନ ସୁଦ୍ଧା ୯୭୨ ଦିନିକିଆ ମ୍ୟାଚ୍‌ ଖେଳି ୫୧୫ ବିଜୟ ଲାଭ କରିଥିବାବେଳେ ୪୧୮ ମ୍ୟାଚ୍‌ରେ ପରାଜୟ ବରଣ କରିଛି। ୪୦ ମ୍ୟାଚ୍‌ର ଫଳାଫଳ ବାହାରି ପାରି ନ ଥିବାବେଳେ ୭ ମ୍ୟାଚ୍‌ ଟାଇରେ ଶେଷ ହୋଇଛି। ଭାରତର ବିଜୟ ପ୍ରତିଶତ ୫୪.୬୬ ରହିଛି, ଯାହାକି ବିଶ୍ୱର ୩ୟ ଶ୍ରେଷ୍ଠ ପ୍ରଦର୍ଶନ। ଅପରପକ୍ଷରେ ସୋମବାର ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚ୍‌କୁ ମିଶାଇ ଶ୍ରୀଲଙ୍କା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ମୋଟ୍‌ ୮୪୩ ମ୍ୟାଚ୍‌ ଖେଳିଛି। ସେଥିମଧ୍ୟରୁ ୩୮୩ ମ୍ୟାଚ୍‌ରେ ବିଜୟ ଲାଭ କରିଥିବାବେଳେ ୪୧୮ ପରାଜୟବରଣ କରିଛି। ୫ ମ୍ୟାଚ୍‌ ଟାଇ ରହିଛି। ଭାରତ ଏହାର ପରବର୍ତ୍ତୀ ମ୍ୟାଚ୍‌ରେ ମଙ୍ଗଳବାର ବାଂଲାଦେଶକୁ ଭେଟିବ। ଯଦି ଏହି ମ୍ୟାଚ୍‌ରେ ଦଳ ପରାସ୍ତ ହୁଏ ତେବେ ବିଶ୍ୱରେ ସର୍ବାଧିକ ଦିନିକିଆ ମ୍ୟାଚ୍‌ ହାରିବାର ଅଲୋଡ଼ା ରେକର୍ଡ ନିଜ ନାମରେ ବହନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri