Posted inଖେଳ

ହାରିଲା ଭାରତ ଏ’

ଆଣ୍ଟିଗୁଆ,୨୦।୭- ଭାରତୀୟ ଅଲରାଉଣ୍ଡର ଅକ୍ଷର ପଟେଲଙ୍କ ବିସ୍ଫୋରକ ୮୧ ରନ୍‌ର ଇନିଂସ ବେକାର ସାବ୍ୟସ୍ତ ହୋଇଛି। ଓ୍ବେଷ୍ଟଇଣ୍ଡିଜ ଏ’ ଦ୍ୱାରା ଧାର୍ଯ୍ୟ ୨୯୯ ରନ୍‌ର ବିଜୟଲକ୍ଷ୍ୟ ପିଛା କରୁଥିବା ଭାରତ ଏ’ ୨୯୩ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ୫ ମ୍ୟାଚ୍‌ ବିଶିଷ୍ଟ ଅନ୍‌ଅଫିସିଆଲ ସିରିଜ୍‌ରେ ଭାରତ ଏ’ ପ୍ରଥମ ପରାଜୟ ବରଣ କରିଛି। ଆଉ ଏକ ମ୍ୟାଚ୍‌ ବଳକା ଥିବାବେଳେ ଭାରତ ଏ’ ୩-୧ ବ୍ୟବଧାନରେ ସିରିଜ୍‌ରେ ଆଗୁଆ ରହିଛି। ଅନ୍ତିମ ମ୍ୟାଚ୍‌ ୨୧ ତାରିଖରେ ଖେଳାଯିବ।
ପ୍ରଥମେ ବ୍ୟାଟିଂ କରି ଓ୍ବେଷ୍ଟଇଣ୍ଡିଜ ୫୦ ଓଭରରେ ୯ ଉଇକେଟ ହରାଇ ୨୯୮ ରନ୍‌ କରିଥିଲା। ଦଳ ଲାଗି ରୋଷ୍ଟନ ଚେଜ ୮୪ ଓ ଜୋନାଥନ କାର୍ଟର ୫୦ ରନ୍‌ କରିଥିଲେ। ଭ୍ରମଣକାରୀ ଦଳ ପାଇଁ ଖଲିଲ ଅହମ୍ମଦ ୪ ଓ ଅଭେଷ ଖାନ ୩ ଉଇକେଟ ନେଇଥିଲେ। ଜବାବରେ ଭାରତ ଏ’ ଦଳ ଇନିଂସ ଆରମ୍ଭରୁ କ୍ରମାଗତ ବ୍ୟବଧାନରେ ଉଇକେଟ ହରାଇଥିଲା। ଏକଦା ୩୨ତମ ଓଭର ସୁଦ୍ଧା ଭାରତୀୟ ଦଳ ୬ ଉଇକେଟ ହରାଇ ୧୬୦ ରନ୍‌ କରିଥିଲା। ଅକ୍ଷର ଓ ଓ୍ବାଶିଂଟନ ସୁନ୍ଦର ୭ମ ଉଇକେଟ ଲାଗି ୬୦ ରନ୍‌ କରିଥିଲେ। ଓ୍ବାଶିଂଟନ ୪୫ ରନ୍‌ କରି ଆଉଟ ହୋଇଥିଲେ। ଏହାପରେ ଅକ୍ଷର ଏକାକୀ ଘରୋଇ ବୋଲରଙ୍କୁ ଆକ୍ରମଣ କରି ଭାରତ ଏ’ ଲାଗି ବିଜୟ ସମ୍ଭାବନା ସୃଷ୍ଟି କରିଥିଲେ। ହେଲେ ସଫଳ ହୋଇ ପାରି ନ ଥିଲେ। ଫଳରେ ଭାରତ ଏ’ ବିଜୟଠାରୁ ୬ ରନ୍‌ ଦୂରରେ ରହିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Commonwealth Games 2026: ପଦକ ପକ୍କା, ଉଦଘାଟନୀ ଉତ୍ସବ ପୂର୍ବରୁ ଇତିହାସ ରଚିଲେ ଲୋଭଲିନା ବୋରଗୋହାଇନ!

ନୂଆଦିଲ୍ଲୀ,୨୩।୭: ଭାରତ ଉଦଘାଟନୀ ଉତ୍ସବ ପୂର୍ବରୁ 2026 ରାଜ୍ୟଗୋଷ୍ଠୀ କ୍ରୀଡାରେ ପଦକ ତାଲିକା ଖୋଲିସାରିଛି। ଷ୍ଟାର ବକ୍ସର ଲୋଭଲିନା ବୋରଗୋହାଇନ ପ୍ରଥମ ରାଉଣ୍ଡରେ ବାଇ ପାଇ 75…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri