ହାର୍ଟ ଆଟାକ୍‌ ଆଶଙ୍କା ବି କମାଏ ଅଗରବତୀ…

ଅଗରବତୀ ଜାଳିବା ପଛରେ ଆଧ୍ୟାତ୍ମିକ କାରଣ ରହିଛି । ଅଗରବତୀ ଜଳାଇବା ଦ୍ୱାରା ସେଥିରୁ ବାହାରୁଥିବା ଧୂଆଁ ମନରେ ଆଣିଥାଏ ଶାନ୍ତି ଆଉ ଏଥିଯୋଗୁ ପରିବେଶରେ ସୃଷ୍ଟି ହୁଏ ଶୁଦ୍ଧ ବାତାବରଣ। ତେବେ ମନୋବୈଜ୍ଞାନିକ ଦୃଷ୍ଟିରୁ ବିଭିନ୍ନ ରୋଗର ଚିକିତ୍ସା ପାଇଁ ଅଗରବତୀର ଉପଯୋଗ କଲେ ସୁଫଳ ମିଳିଥାଏ ବୋଲି ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଦର୍ଶାଯାଇଛି । ଏହା ରୋଗ ପ୍ରତିରୋଧକ ଭାବେ କାମ କରିଥାଏ। ପ୍ରାଚୀନକାଳରେ ଚାଇନା, ଇଜିପ୍ଟ, ତିବ୍ବତ ଆଦି ଦେଶରେ ଅଗରବତୀର ବ୍ୟବହାର ମୁଖ୍ୟତଃ ରୋଗପ୍ରତିରୋଧକ ଭାବେ କରାଯାଉଥିଲା। ଆରୋମା ଥେରାପି ପାଇଁ ଅଗରବତୀର ବ୍ୟବହାର କରାଯାଇଥାଏ। ଅଗରବତୀର ମହକ ମନଭିତରେ ଉସତ୍ାହ ଜାତ କରିବା ସହିତ ମସ୍ତିଷ୍କର ହାଇପୋଥାଲାମସ୍‌ ଉପରେ ସକାରାତ୍ମକ ପ୍ରଭାବ ପକାଇଥାଏ। ଫଳରେ ଖୁସି ହରମୋନ୍‌ ଏଣ୍ଡ୍ରୋଫିନ୍‌, ଡୋପାମାଇନ୍‌ ଏବଂ ସେରୋଟୋନିନ୍‌ କ୍ଷରଣ ହୋଇଥାଏ। ଏହା ଦ୍ୱାରା ରକ୍ତ ସଞ୍ଚାଳନ ସ୍ବାଭାବିକ ଭାବେ ହୋଇଥାଏ। ଏଥିଯୋଗୁ ହାର୍ଟ ଆଟାକ୍‌ ଆଶଙ୍କା ବି କମି ଯାଇଥାଏ। ଅଗରବତୀ ଯୋଗୁ ମାନସିକ ଅବସାଦ କମ୍‌ ହୋଇ ମନକୁ ଶାନ୍ତି ମିଳିଥାଏ। ମନ ଅସ୍ଥିରଥିବା ସମୟରେ ଅଗରବତୀ ଜଳାଇଲେ ସୁଫଳ ମିଳିଥାଏ ବୋଲି ରିପୋର୍ଟରେ ସୂଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଗୋଲ୍ଡି ମାନିଲେ

କାନାଡାରେ ଜୁନ୍‌ ୨୦୨୩ରେ ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ନେତା ହରଦୀପ ସିଂ ନିଜ୍ଜାରଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣା ପାଇଁ କାନାଡାର ତତ୍କାଳୀନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଭାରତକୁ…

ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…

ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri