Posted inଖେଳ

ହାର୍ଦ୍ଦିକଙ୍କ ପୂର୍ବରୁ ୪ କ୍ରିକେଟର୍‌ ବିନା ବିବାହରେ ହୋଇଥିଲେ ପିତା

ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପିତା ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ଏହି ଖୁସିଖବର ନିଜ ଫ୍ୟାନ୍‌ଙ୍କୁ ଜଣାଇଛନ୍ତି ହାର୍ଦ୍ଦିକ ଏବଂ ତାଙ୍କ ଗର୍ଲଫ୍ରେଣ୍ଡ ନତାଶା ଷ୍ଟାନକୋଭିକ୍‌। ଉଭୟ ନୂଆବର୍ଷରେ ନିର୍ବନ୍ଧ କରିଥିବା ଫଟୋ ଶେୟାର କରିଥିଲେ। କିନ୍ତୁ ଏପର୍ଯ୍ୟନ୍ତ ସେ ବିବାହ କରିଥିବା କଥା କୌଣସି ଯାଗାରେ ଉଲ୍ଲେଖ କରିନାହାନ୍ତି। ହଠାତ୍‌ ହାର୍ଦ୍ଦିକ ପିତା ହେବା ଖବର ତାଙ୍କ ଫ୍ୟାନ୍‌ଙ୍କୁ ଆଶ୍ଚର୍ଯ୍ୟ କରିଛି। ତେବେ ହାର୍ଦ୍ଦିଙ୍କ ପୂର୍ବରୁ ୪ କ୍ରିକେଟର ମଧ୍ୟ ବିବାହ ପୂର୍ବରୁ ପିତା ହେବାର ସୌଭାଗ୍ୟ ଲାଭ କରିଥିଲେ।
ଭିଭିଆନ୍‌ ରିଚାର୍ଡସ
ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଦଶ ବ୍ୟାଟ୍ସମ୍ୟାନ୍‌ ଭିଭିଆନ୍‌ ରିଚାର୍ଡସ ବିବାହ ପୂର୍ବରୁ ପିତା ହୋଇଥିଲେ। ଭାରତୀୟ ଅଭିନେତ୍ରୀ ନିନା ଗୁପ୍ତାଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଥିଲା। ଉଭୟଙ୍କ ଔରସକୁ ମସାବା ଗୁପ୍ତା ନାମ୍ନୀ ଏକ କନ୍ୟା ସନ୍ତାନ ମଧ୍ୟ ଅଛି।

ଜୋ ରୁଟ୍‌
ଇଂଲଣ୍ଡ କ୍ରିକେଟର୍‌ ଜୋ ରୁଟ୍‌ ମଧ୍ୟ ଏହି ତାଲିକାରେ ଆସୁଛନ୍ତି। ବିବାହ ପୂର୍ବରୁ ତାଙ୍କ ଗର୍ଲଫ୍ରେଣ୍ଡ୍‌ କେରି କୋଟରେଲ୍‌ ଗର୍ଭବତୀ ହୋଇଥିଲେ।

ବିନୋଦ କାମ୍ବଲୀ
ଭାରତୀୟ କ୍ରିକେଟର୍‌ ବିନୋଦ କାମ୍ବଲୀ ବିନା ବିବାହରେ ପିତା ହୋଇଥିଲେ। ସେ ପ୍ରଥମ ପତ୍ନୀଙ୍କୁ ଛାଡପତ୍ର ଦେବା ପରେ ତାଙ୍କ ଆଫୟେର୍‌ ଫ୍ୟାଶନ୍‌ ଡିଜାଇନର୍‌ ଆଣ୍ଡ୍ରିୟା ହୈଓ୍ବିଟ୍‌ଙ୍କ ସହ ହୋଇଥିଲା। ତେବେ ବିବାହ ପୂର୍ବରୁ କାମ୍ବଲୀ ପିତା ହୋଇଥିଲେ।

ଡେଭିଡ୍‌ ଓ୍ବାର୍ଣ୍ଣର
ଅଷ୍ଟ୍ରେଲିଆ କ୍ରିକେଟର୍‌ ଡେଭିଡ୍‌ ଓ୍ବାର୍ଣ୍ଣରଙ୍କ ପତ୍ନୀ କ୍ୟାଣ୍ଡିସ୍‌ ବିବାହ ପୂର୍ବରୁ ୨୦୧୪ରେ ଝିଅ ଇଭିଙ୍କୁ ଜନ୍ମ ଦେଇଥିଲେ। ୨୦୧୫ରେ ଉଭୟ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri