Posted inଖେଳ

ହାସନେନ କୀର୍ତ୍ତିମାନ

ଲାହୋର, ୭।୧୦- ଯୁବ ପାକିସ୍ତାନ ଦ୍ରୁତ ବୋଲର ମହମ୍ମଦ ହାସନେନ କ୍ୟାରିୟରର ୨ୟ ଟି୨୦ ମ୍ୟାଚ୍‌ରେ ନିଜ ନାମକୁ ରେକର୍ଡ ବୁକ୍‌ରେ ସ୍ଥାପନ କରିଛନ୍ତି। କ୍ରିକେଟ୍‌ର ସବୁଠାରୁ ଛୋଟିଆ ଫର୍ମାଟ୍‌ ଟି୨୦ ହ୍ୟାଟ୍ରିକ ଉଇକେଟ୍‌ ଅକ୍ତିଆର କରିବାରେ ସେ ବିଶ୍ୱର ସର୍ବକନିଷ୍ଠ ବୋଲର ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସ୍ଥାନୀୟ ଗଦାଫି ଷ୍ଟାଡିୟମରେ ଭ୍ରମଣକାରୀ ଶ୍ରୀଲଙ୍କା ଓ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ ଅବସରରେ ହାସନେନ ଏହି ସଫଳତା ପାଇଛନ୍ତି। ଏହି ଡାହାଣହାତୀ ଦ୍ରୁତ ବୋଲର ଯଥାକ୍ରମେ ୩ ଶ୍ରୀଲଙ୍କା ବ୍ୟାଟ୍ସମ୍ୟାନ ଭାନୁକା ରାଜପାକସା (୩୨ ରନ), ଦସୁନ ଶନକା (୧୭) ଓ ଶେହାନ ଜୟସୁରିୟା (୨)ଙ୍କୁ ଆଉଟ୍‌ କରି ହ୍ୟାଟ୍ରିକ ଅର୍ଜନ କରିଥିଲେ। ହ୍ୟାଟ୍ରିକ ଅର୍ଜନ ଦିନ ହାସନେନଙ୍କୁ ୧୯ ବର୍ଷ ୧୮୩ ଦିନ ହୋଇଥିଲା। ଏହିକ୍ରମରେ ସେ ଆଫଗାନିସ୍ତାନର ରଶିଦ ଖାଁଙ୍କୁ ପଛରେ ପକାଇ ଦେଇଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ରଶିଦଙ୍କୁ ୨୦ ବର୍ଷ ହୋଇଥିବାବେଳେ ସେ ଟି୨୦ରେ ହ୍ୟାଟ୍ରିକ ଉଇକେଟ୍‌ ଅକ୍ତିଆର କରିବାରେ ସର୍ବକନିଷ୍ଠ ବୋଲର ବିବେଚିତ ହୋଇଥିଲେ।
ହ୍ୟାଟ୍ରିକ ସତ୍ତ୍ୱେ ଘରୋଇ ପାକିସ୍ତାନ ପ୍ରଥମ ଟି୨୦ରେ ୩୪ ରନରେ ପରାସ୍ତ ହୋଇଛି। ମ୍ୟାଚ୍‌ରେ ଶ୍ରୀଲଙ୍କା ପ୍ରଥମେ ବ୍ୟାଟିଂ କରି ଦନୁଷ୍କା ଗୁଣଥିଲକା (୫୭ ରନ), ଅଭିଷେକ ଫର୍ନାଣ୍ଡୋ (୩୩)ଙ୍କ ଉପଯୋଗୀ ବ୍ୟାଟିଂ ବଳରେ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୧୬୫ ରନ କରିଥିଲା। ପାକିସ୍ତାନ ପକ୍ଷରୁ ହାସନେନ ସର୍ବାଧିକ ୩ ଉଇକେଟ୍‌ ନେଇଥିଲେ। ଜବାବରେ ପାକିସ୍ତାନ ୧୭.୪ ଓଭରରେ ୧୦୧ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ୮ ଜଣ ବ୍ୟାଟ୍ସମ୍ୟାନ ଦୁଇଅଙ୍କ ବିଶିଷ୍ଟ ସ୍କୋର ଛୁଇଁ ପାରି ନ ଥିଲେ। ସିରିଜର ୨ୟ ମ୍ୟାଚ୍‌ ସୋମବାର ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!

ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି…

ସଚିନଙ୍କ ଭଳି ହେବେ ବୈଭବ! BCCIର ୫ ପ୍ଲାନ୍‌ରେ ବଦଳିବ ଯୁବ ତାରକାଙ୍କ ଭବିଷ୍ୟତ

ନୂଆଦିଲ୍ଲୀ,୪।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ଚର୍ଚ୍ଚା ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଡ଼ ସ୍ବପ୍ନ ଦେଖୁଛି ବିସିସିଆଇ। ଭାରତୀୟ କ୍ରିକେଟ୍ର ମହାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri