Posted inଜାତୀୟ

ହିଂସାକୁ ନେଇ ମୁହଁ ଖୋଲିଲେ ଜାମିଆ କୁଳପତି: ବିନା ଅନୁମତିରେ ବିଶ୍ୱବିଦ୍ୟାଳୟରେ ପଶିଥିଲା ପୋଲିସ, ଦିଆଯିବ ଏଫ୍‌ଆଇଆର୍‌

ନୂଆଦିଲ୍ଲୀ,୧୬।୧୨: ନାଗରିକତା ସଂଶୋଧନ ଆଇନ ବିରୋଧରେ ଜାମିଆ ମିଲିଆ ଇସ୍‌ଲାମିଆରେ ରବିବାର ହୋଇଥିବା ହିଂସା ଓ କ୍ୟାମ୍ପସ୍‌ରେ ପୋଲିସ ପ୍ରବେଶ ନେଇ ବିଶ୍ୱବିଦ୍ୟାଳୟର କୁଳପତି ସୋମବାର ଏକ ଖବରଦାତା ସମ୍ମିଳନୀ କରିଛନ୍ତି। କୁଳପତି ନଜମା ଅଖତର କହିଛନ୍ତି, ବିନା ଅନୁମତିରେ ପୋଲିସ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ରେ ପ୍ରବେଶ କରିଥିଲା। ଏହାପରେ ଛାତ୍ରୀଛାତ୍ରମାନଙ୍କୁ ସେ ଭୟଭୀତ କରାଇବା ସହ ମାରପିଟ୍‌ କରିଥିଲେ। ଯାହା ଅତ୍ୟନ୍ତ ଦୁଃଖଦାୟକ। ଏଥିସହ ଜାମିଆରେ ଯେଉଁ ୨ଛାତ୍ରଙ୍କ ମୃତ୍ୟୁ ହେବା ନେଇ ଗୁଜବ ଉଠିଛି ତାକୁ ସେ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ଏଠାରେ କୌଣସି ଛାତ୍ରଙ୍କ ମୃତ୍ୟୁ ହୋଇନାହିଁ। କିନ୍ତୁ ପ୍ରଦର୍ଶନ ସମୟରେ ୨୦୦ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ବିଶ୍ୱବିଦ୍ୟାଳୟର ବହୁ କ୍ଷତି ହୋଇଛି। ବିଶ୍ୱବିଦ୍ୟାଳୟରେ ବାହାର ଛାତ୍ର ପ୍ରବେଶ କରିବାରୁ ହିଂସା ଉପୁଜିଥିବା ନଜମା ସ୍ବୀକାର କରିଛନ୍ତି। ତେବେ ବିନା ଅନୁମତିରେ ପୋଲିସ ପ୍ରବେଶ ନେଇ ସେ ଏକ ଏଫ୍‌ଆଇଆର୍‌ ଦେବା ସହ ଏହି ଘଟଣାର ଉଚ୍ଚସ୍ତରୀୟ ଯାଞ୍ଚ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri