Posted inଜାତୀୟ

ହିଂସାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉ

ନୂଆଦିଲ୍ଲୀ,୨୫ା୧: ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ କରିବା ଆଳରେ ବିକ୍ଷୋଭ ସହ ହିଂସାକାଣ୍ଡ ଭିଆଉଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ୧୫୪ ବିଶିଷ୍ଟ ନାଗରିକ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟରେ ଶୁକ୍ରବାର ଦାବି କରିଛନ୍ତି। ବିଭିନ୍ନ ଅବସରପ୍ରାପ୍ତ ବରିଷ୍ଠ ସରକାରୀ ଅଧିକାରୀ, ବିଦ୍ୱାନ, ସାମ୍ବିଧାନିକ ପଦବୀରେ ଥିବା ବ୍ୟକ୍ତି ଗଣତନ୍ତ୍ରର ସୁରକ୍ଷା ଲାଗି ଏହାର ଆବଶ୍ୟକତା ରହିଥିବା ଦର୍ଶାଇଛନ୍ତି। କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲର ଅଧ୍ୟକ୍ଷ, ସିକିମ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ପ୍ରମୋଦ କୋହଲି ଏହି ବିଶିଷ୍ଟ ନାଗରିକଙ୍କ ନେତୃତ୍ୱ ନେଇ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି। ପ୍ରତିନିଧି ମଣ୍ଡଳୀରେ ୧୧ ପୂର୍ବତନ ହାଇକୋର୍ଟ ବିଚାରପତି, ୭୨ ଜଣ ପୂର୍ବତନ ସରକାରୀ ଅଧିକାରୀ, ୫୬ ପୂର୍ବତନ ସେନା ଅଧିକାରୀ, ଆଇଏଏସ୍‌, ଆଇପିଏସ୍‌, ଆଇଏଫ୍‌ଏସ୍‌, ଶିକ୍ଷାବିତ୍‌ ଓ ବିଦ୍ୱାନ ବ୍ୟକ୍ତିମାନେ ଅଛନ୍ତି। ବିକ୍ଷୋଭ ଓ ହିଂସାକାଣ୍ଡ ପଛରେ ରାଜନୈତିକ ଓ ବାହ୍ୟ ତତ୍ତ୍ୱର ସମ୍ପର୍କ ରହିଥିବା କୁହାଯାଇଛି। ବିଭ୍ରାନ୍ତିକର ପରିସ୍ଥିତି ସୃଷ୍ଟିକରି ଏମାନେ ଦେଶକୁ ଭାଗ ଭାଗ କରିବା ଲାଗି ଚେଷ୍ଟା କରୁଥିବା ଅଭିଯୋଗ କରାଯାଇଛି। ସିଏଏ ଭାରତୀୟ ନାଗରିକଙ୍କ କୌଣସି ଅସୁବିଧା କରୁ ନ ଥିବାବେଳେ ଅଯଥାରେ ବିଭ୍ରାନ୍ତିକର ପରିସ୍ଥିତି ସୃଷ୍ଟି କରାଯାଇ ଲୋକଙ୍କୁ ବିପଥଗାମୀ କରାଯାଉଛି। ବିକ୍ଷୋଭ ସହ ହିଂସା, ପୋଡ଼ାଜଳା, ଭଙ୍ଗାରୁଜା କରାଯାଇ ଅଶାନ୍ତ ବାତାବରଣ ସୃଷ୍ଟି କରାଯାଉଛି। ଏହି ହିଂସାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ ବୋଲି ଦାବିପତ୍ରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri