ହିଙ୍ଗୁଳା କୋଇଲା ଖଣିରେ ଦୁର୍ଘଟଣା: ଡ୍ରିଲ୍‌ ମେଶିନରୁ ଖସି ଠିକା କର୍ମଚାରୀ ମୃତ

ତାଳଚେର,୬ା୫(ନି.ପ୍ର.) – ତାଳଚେରସ୍ଥିତ ଏମ୍‌ସିଏଲ୍‌ର ହିଙ୍ଗୁଳା କୋଇଲା ଖଣିରେ ମଙ୍ଗଳବାର ଦୁର୍ଘଟଣାରେ ଠିକା କର୍ମଚାରୀ ସୋମେତ ଜମାଡଙ୍କ ମୃତ୍ୟୁ ହୋଇଛି। ତାଙ୍କ ଘର ଛତିଶଗଡ ରାଜ୍ୟରେ। ଦୁର୍ଘଟଣା ପରେ ମୃତକଙ୍କ ପରିବାରରୁ ଜଣକୁ ନିଯୁକ୍ତି ଓ କ୍ଷତିପୂରଣ ଦାବିରେ ଖଣି କର୍ମଚାରୀ, ଠିକା ଶ୍ରମିକମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିଥିଲେ। ଫଳରେ କୋଇଲା ଉତ୍ତୋଳନ ସହ ପରିବହନ ବାଧାପ୍ରାପ୍ତ ହୋଇଥିଲା।
କୋଇଲା ଖଣିର ଏକ ପ୍ରାଭଭେଟ ସଂସ୍ଥା ଓଏସ୍‌ଏଲ୍‌ରେ ଡ୍ରିଲ୍‌ ହେଲପର୍‌ ଭାବେ ସୋମେତ କାର୍ଯ୍ୟ କରୁଥିଲେ। ସକାଳେ ଡ୍ରିଲ୍‌ ମେଶିନରୁ ଖସି ପଡିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବରପାଇ ସ୍ଥାନୀୟ ପୋଲିସ ଓ ଖଣି କର୍ତ୍ତୃପକ୍ଷ ପହଞ୍ଚି ଘଟଣାର ଅନୁଧ୍ୟାନ କରିବା ସହ ଶ୍ରମିକ ନେତା, ସ୍ଥାନୀୟ ରାଜନେତାମାନଙ୍କ ସହ ଆଲୋଚନା କରିଥିଲେ। ମୃତକଙ୍କ ପରିବାରକୁ ନିୟମାନୁଯାୟୀ କ୍ଷତିପୂରଣ ଓ ଶୁଦ୍ଧିକ୍ରିୟା ନିମନ୍ତେ ମୋଟ୍‌ ୩୭ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ ବୋଲି ଖଣି କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେବା ପରେ ଅପରାହ୍ନ ୧ଟାରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଏହି ବୈଠକରେ ତାଳଚେର ବ୍ଲକ ବିଜେଡି ସଭାପତି ସନ୍ତୋଷ କୁମାର ପ୍ରଧାନ, ଜିଲା ପରିଷଦ ପୂର୍ବତନ ସଦସ୍ୟ ରାଜେନ୍ଦ୍ର ସିଂହ, ଯୁବ ନେତା ରାଜେଶ ଦାସଙ୍କ ସମେତ ସମସ୍ତ ଶ୍ରମିକ ନେତା ଉପସ୍ଥିତ ଥିଲେ। ଏହାପରେ ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ଉପଖଣ୍ଡ ଡାକ୍ତରଖାନାକୁ ପଠାଇ ଦେଇଥିଲା। ଅପରାହ୍ନରେ ଖଣି କାର୍ଯ୍ୟ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ଯୌନ ନିର୍ଯାତନା ଘଟଣା: ୧୦୦ ଦିନ ପରେ ବି ଅଭିଯୁକ୍ତଙ୍କ ଟେର୍‌ ପାଉନି ପୋଲିସ, କାହା ଚାପରେ…

ଦେବଗଡ଼,୩୧ା୭(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ନାବାଳିକା ଆଇଟିଆଇର ପ୍ରିନ୍ସିପାଲ ରତିକାନ୍ତ ପରିଡ଼ାଙ୍କ ବିରୋଧରେ ଗତ ୧୭ ଏପ୍ରିଲରେ…

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ/ନବରଙ୍ଗପୁର, ୩୧।୭(ସନ୍ତୋଷ ସତପଥୀ/ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri