ହିଙ୍ଗୁଳା ଦର୍ଶନ କରି ଫେରିବା ବେଳେ ଦୁର୍ଘଟଣା: ବାଇକ୍‌-କାର୍‌ ଧକ୍କା, ୨ ଗୁରୁତର

ଅନୁଗୋଳ ଅଫିସ, ୧୯।୪- ଅନୁଗୋଳ ସହର ଉପକଣ୍ଠ ଆମ୍ବପାଳ ନତଡ଼ାଠାରେ ଗୁରୁବାର ଅପରାହ୍ନରେ ଏକ କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨ ଜଣ ଗୁରୁତର ହୋଇଥିବା ଜଣାପଡିଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ। ଏଥିସହ କାର୍‌ରେ ଥିବା ଅନ୍ୟ ୩ ଜଣ ମହିଳା, ୨ ଶିଶୁ ଓ ଡ୍ରାଇଭର ଆହତ ହୋଇଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଏ ସଂକ୍ରାନ୍ତରେ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ସୂଚନା ଦେଇଛନ୍ତି।

ଟଣାରୁ ଜଣାପଡିଛି, କଟକ ଆଠଗଡ ଅଞ୍ଚଳରୁ ଏକ କାର୍‌(ଓଡି-୩୩-ଏଲ୍‌-୮୨୫୧)ରେ ୩ ଜଣ ମହିଳା ୨ ଶିଶୁଙ୍କ ସହ ତାଳଚେରକୁ ମା’ ହିଙ୍ଗୁଳାଙ୍କ ଦର୍ଶନ ପାଇଁ ଆସିଥିଲେ। ସେମାନେ ଫେରିବାବେଳେ ଆମ୍ବପାଳ ନତଡ଼ା ନିକଟରେ ଅନୁଗୋଳ ପଟୁ ଯାଉଥିବା ଦ୍ରୁତଗାମୀ ବାଇକ (ନଂ. ଓଡି-୧୯-ଜେ-୯୪୮୬) କାର୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ପିଟି ହେବା ପରେ ବାଇକ୍‌ଟି ପ୍ରାୟ ଶହେ ମିଟର ଦୂରରେ ଛିଟିକି ପଡିଥିଲା। ପରିଚୟ ମିଳି ନ ଥିଲେ ବି ସେମାନେ ଅନୁଗୋଳ କାଙ୍ଗୁଲା ଅଞ୍ଚଳର ବୋଲି ଜଣାପଡିଛି। ସ୍ଥାନୀୟ ଲୋକେ ଓ ପଥଚାରୀ ସେମାନଙ୍କ ଅନୁଗୋଳ ମେଡିକାଲ ପଠାଇଥିଲେ। ସେଠାରୁ ଜଣକୁ କଟକ ପଠାଯାଇଥିବା ବେଳେ ଅନ୍ୟଜଣେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ଗାଡ଼ି ଜବତ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?