ତାଳଚେର, ୪ା୪(ନି.ପ୍ର.)- ଆସନ୍ତା ୭ ତାରିଖରୁ ଆରମ୍ଭ ହେବ ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା । ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି । ମା’ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ସଦସ୍ୟମାନଙ୍କ ଉପସ୍ଥିତିରେ ତାଳଚେର ଉପଜିଲାପାଳ ତଥା ଟ୍ରଷ୍ଟ ବୋର୍ଡର ମ୍ୟାନେଜିଂ ଟ୍ରଷ୍ଟି ରଜନୀକାନ୍ତ ସ୍ୱାଇଁ ବୈଠକରେ ଅଧ୍ୟକ୍ଷତା କରି ନିରାଡମ୍ବର ଭାବେ ପୂଜା ପାଳନ କରିବାକୁ ଆଲୋଚନା କରିଥିଲେ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପୂଜାରେ ଯେପରି କୌଣସି ଶ୍ରଦ୍ଧାଳୁ ଯୋଗ ନ ଦିଅନ୍ତି ସେ ଉପରେ ଗୁରୁତ୍ୱ ଦେଇଥିଲେ । ଯାତ୍ରାରେ କେବଳ ମା’ଙ୍କ ପୂଜକ ଓ ସେବାୟତ ଯୋଗଦେଇ ସାମାଜିକ ଦୂରତା ବଜାୟ ରଖି ପାରମ୍ପରିକ ବିଧି ଅନୁଯାୟୀ ପୂଜା କରିବେ ବୋଲି ନିଷ୍ପତ୍ତି ହୋଇଛି ।
ଚଳିତ ବର୍ଷ ମା’ ପୀଠକୁ ଶ୍ରଦ୍ଧାଳୁଙ୍କ ଆଗମନକୁ ବାରଣ କରାଯାଇଛି । କରୋନା ଭୂତାଣୁ ପ୍ରଭାବ ପ୍ରତିହତ ହେବା ପରେ ଟ୍ରଷ୍ଟ ବୋର୍ଡ ସଦସ୍ୟଙ୍କ ଉପସ୍ଥିତିରେ ଏକ ସ୍ୱତନ୍ତ୍ର ବୈଠକ କରାଯାଇ ମାନସିକଧାରୀଙ୍କ ଶିଶୁଙ୍କ ମୁଣ୍ଡନ କାର୍ଯ୍ୟ ନିମନ୍ତେ ଦିନ ଧାର୍ଯ୍ୟ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି । ଯାତ୍ରାରେ କୌଣସି ଦୋକାନ ବଜାର ପଡିବ ନାହିଁ । ସେହିପରି ଚଳିତ ବର୍ଷ ଲୋକ ମହୋତ୍ସବ ମଧ୍ୟ ଆୟୋଜନ କରାଯିବ ନାହିଁ ବୋଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଯାତ୍ରା ଦିନ ବିଭିନ୍ନ ଛକ ତଥା ପୀଠକୁ ଯାଇଥିବା ସମସ୍ତ ରାସ୍ତାରେ ବ୍ୟାପକ ପୋଲିସ ମୁତୟନ କରାଯିବ । ତେଣୁ କରୋନା ପାଇଁ ଜାରି କଟକଣାକୁ ମାନି ଲୋକଙ୍କୁ ଘରେ ରହିବାକୁ କୁହାଯାଇଛି । ଏହି ବୈଠକରେ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୌରଭ ପ୍ରଧାନ ଉପସ୍ଥିତ ଥିଲେ ।
ହିଙ୍ଗୁଳା ଯାତ୍ରାରେ ଯୋଗ ନ ଦେବାକୁ ପରାମର୍ଶ: ସାମାଜିକ ଦୂରତା ରକ୍ଷା କରିବେ ପୂଜକ, ସେବାୟତ
Posted inଅନୁଗୋଳ, ଆମ ଜିଲା ଖବର View All
ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି
କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…
ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…
ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…
ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…
ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…
୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…
ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…
ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…
ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…
ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ
ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…
ଓରାଙ୍ଗଉଟାନ ଲିଙ୍କ୍ରେ ନୂଆ ସିସିଟିଭି ଫୁଟେଜ୍: ସାମ୍ନାକୁ ଆସିଲା ରାତିଅଧର…
ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍ ନେଇ ଚାଲିଥିବା ଛାନଭିନ୍ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…
ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…
ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

