Posted inଜାତୀୟ

ହିଜବୁଲ ମୁଜାହିଦ୍ଦିନରୁ ବେତନ ପାଉଥିଲେ ଦାବିନ୍ଦର

ଶ୍ରୀନଗର,୩୧।୧: ଜମ୍ମୁ-କଶ୍ମୀରରୁ ଗିରଫ ହୋଇଥିବା ପୂର୍ବତନ ଡିଏସପି ଦାବିନ୍ଦର ସିଂହଙ୍କୁ ଆତଙ୍କବାଦୀ ସଂଗଠନ ହିଜବୁଲ ମୁଜାହିଦ୍ଦନଠାରୁ ପୁରା ବର୍ଷକର ଦରମା ମିଳୁଥିଲା ବୋଲି ଜଣାପଡ଼ିଛି। ଦାବିନ୍ଦର କେବଳ ଆତଙ୍କବାଦୀ ନଭୀଦ ମୁସ୍ତାକଙ୍କୁ ସ୍ଥାନାନ୍ତର ଓ ବର୍ଷସାରା ସହଯୋଗ କରିବା ପାଇଁ ଟଙ୍କା ନେଉଥିଲେ। ଏଥିପାଇଁ ହିଜବୁଲ ସହ ଦାବିନ୍ଦରଙ୍କ ପାଖାପାଖି ୨୦ରୁ ୩୦ ଲକ୍ଷ ଟଙ୍କା ବୁଝାମଣା ହୋଇଥିଲା। କିନ୍ତୁ ସେ ସମସ୍ତ ଟଙ୍କା ପାଇ ନ ଥିବା ଜଣାପଡ଼ିଛି। ଏନେଇ ତଦନ୍ତକାରୀ ସଂସ୍ଥାର କର୍ମଚାରୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଆତଙ୍କବାଦୀ ନଭୀଦଙ୍କ ସହ ଦାବିନ୍ଦରଙ୍କୁ ଜାନୁୟାରୀ ୧୧ରେ ଗିରଫ କରାଯାଇଥିଲା। ଏହାପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରିଦିଆଯାଇଥିଲା। ଗିରଫ ସମୟରେ ଦାବିନ୍ଦର ନଭୀଦଙ୍କୁ ଜମ୍ମୁକୁ ନେଇକି ଯାଉଥିଲେ। ସେଠାରେ ନାଭିଦଙ୍କ ପାକିସ୍ତାନ ଯିବାର କାର୍ଯ୍ୟକ୍ରମ ରହିଥିଲା ବୋଲି ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ତେବେ ପାକିସ୍ତାନ ଯିବା ପାଇଁ ସେ କେଉଁ ରାସ୍ତା ଜରିଆରେ ଯାଉଥିଲେ ସେନେଇ ତଦନ୍ତ ଚାଲିଛି। କିନ୍ତୁ ଦାବିନ୍ଦର ତଦନ୍ତରେ ସହଯୋଗ କରୁ ନ ଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri