Posted inଖେଳ

ହିଜାବ ପରିହିତା ଫୁଟ୍‌ବଲରଙ୍କୁ ସାହାଯ୍ୟ କଲେ ପ୍ରତିପକ୍ଷ ଖେଳାଳି

ପ୍ୟାରିସ,୨୦।୧୦- ନିକଟରେ ଏକ ମହିଳା ଫୁଟବଲ ମ୍ୟାଚ୍‌ରେ ଘଟିଥିବା ଘଟଣା ସୋସିଆଲ ମିଡିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଧୁ ପାଲଟିଛି। ଜୋର୍ଡାନର ଶାବାବ ଅଲ ଓର୍ଡନ କ୍ଲବ ଓ ଆରବ ଅର୍ଥଡକ୍ସ କ୍ଲବ ମଧ୍ୟରେ ଓ୍ବାଫ ମହିଳା କ୍ଲବ ଚାମ୍ପିୟନଶିପ୍‌ ମ୍ୟାଚ୍‌ ଖେଳାଯାଇଥିଲା। ମ୍ୟାଚ୍‌ରେ ଗୋଟିଏ ଦଳର ମହିଳାମାନେ ହିଜାବ ପରିଧାନ କରି ଖେଳୁଥିଲେ। ପ୍ରତିପକ୍ଷ ଖେଳାଳିଙ୍କ ଟ୍ୟାକେଲରୁ ବର୍ତ୍ତିବା ପାଇଁ ଉଦ୍ୟମ କରୁଥିବାବେଳେ ଜଣେ ଖେଳାଳିଙ୍କ ହିଜାବ ଖସି ଯାଇଥିଲା। ଏହାପରେ ଯାହା ପ୍ରତିପକ୍ଷ ଦଳର ଖେଳାଳିମାନେ କଲେ, ତାହା ସଭିଙ୍କ ହୃଦୟ ଜିତିନେଇଥିଲା। ଉକ୍ତ ଖେଳାଳିଙ୍କ ନିକଟରେ ଥିବା ସମସ୍ତ ଖେଳାଳିମାନେ ତାଙ୍କୁ ଘେରି ରଖି ହିଜାବ ଠିକ୍‌ କରିବାକୁ ସମୟ ଦେଇଥିଲେ। ପ୍ରତିପକ୍ଷ ଖେଳାଳିଙ୍କୁ ସମ୍ନାନ ପ୍ରଦର୍ଶନ ଓ କ୍ରୀଡ଼ାବିତ୍‌ ମନୋଭାବକୁ ଷ୍ଟାଡିୟମ ଉପସ୍ଥିତ ଦର୍ଶକ ଖୁସି ପ୍ରକଟ କରିଥିଲେ। ଶାବାବ ଅଲ ଓର୍ଡାନ କ୍ଲବ ଟୁର୍ନାମେଣ୍ଟ ଜିତିଥିଲା। ହେଲେ ତାଙ୍କର ପ୍ରତିପକ୍ଷ ଦଳକୁ ସହାୟତା କରିବାର ମନୋଭାବ ଯୋଗୁ ଇଣ୍ଟରନେଟ୍‌ରେ ସଭିଙ୍କ ହୃଦୟ ଜିତୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri