ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ : ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଲେ

ହିଞ୍ଜିଳିକାଟୁ,୧୦।୧୧(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଦିଲୀପ କୁମାର ମହାନ୍ତି ରବିବାର ହିିଞ୍ଜିଳି ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ ଅଧିକାରୀଙ୍କୁ ବହୁ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଛନ୍ତି। ପୂର୍ବାହ୍ନରେ ସଚିବ ହିଞ୍ଜିଳିକାଟୁ ସରକାରୀ ବୃନ୍ଦାବନ ବିଦ୍ୟାପୀଠ ପରିସରରେ ପହଞ୍ଚିଥିଲେ। ସେଠାରେ ତହସିଲଦାର ଗୋପୀନାଥ କୁଅଁର, ବିଡିଓ ପ୍ରସନ୍ନ କୁମାର ପାତ୍ର, ଜିଲା ଶିକ୍ଷାଧିକାରୀ ସନାତନ ପଣ୍ଡା, ବିଇଓ ବସନ୍ତ କୁମାର ପଣ୍ଡା, ଆଇଆଇସି ଅଭିମନ୍ୟୁ ଦାସ ପ୍ରମୁଖ ସ୍ବାଗତ କରିଥିଲେ। କେନ୍ଦ୍ରୀୟ ବିଦ୍ୟାଳୟକୁ ପ୍ରଦାନ କରାଯାଇଥିବା ଜମି ବୁଲି ଦେଖିବା ସହ ଉକ୍ତ ଜମିରେ ଆବଶ୍ୟକ କାର୍ଯ୍ୟ କରି କେନ୍ଦ୍ରୀୟ ଲୋକ ନିର୍ମାଣ ସଂସ୍ଥା (ସିପିଡ଼ବ୍ଲ୍ୟୁୁଡ଼ି)ଙ୍କୁ ତୁରନ୍ତ ସ୍ଥାୟୀ କୋଠା ନିର୍ମାଣ ପାଇଁ ପ୍ରଦାନ କରିବାକୁ ଉପସ୍ଥିତ ରାସ୍ତା ଓ କୋଠାବାଡ଼ି ବିଭାଗୀୟ ଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ସଚିବ ଶେରଗଡ଼ ବ୍ଲକ ଗସ୍ତ କରି ଅପରାହ୍ନରେ ହିିଞ୍ଜିଳିକାଟୁ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ଉନ୍ନୟନ କାର୍ଯ୍ୟ ଓ ପ୍ରସ୍ତାବ ନେଇ ବିଭିନ୍ନ ଅଧିକାରୀ ଓ ଜନପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri