ହିଞ୍ଜିଳି ଥାନା ଅଞ୍ଚଳରୁ ଘନ ଘନ ଚୋରି

ହିଞ୍ଜିଳିକାଟୁ,୩୧।୫(ଡି.ଏନ୍‌.ଏ.) : ହିଞ୍ଜିଳି ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରୁ ଗତ ୨ଦିନରେ ଏକାଧିକ ଚୋରି ଅଭିଯୋଗ ହୋଇଛି। ଗୁରୁବାର ରାତିରେ ରାମଚନ୍ଦ୍ରପୁର ଗ୍ରାମର ହେମନ୍ତ ସେଠିଙ୍କ ପରିବାର ଲୋକେ ଘରେ ଶୋଇଥିବାବେଳେ ଲୁଟେରାମାନେ ଘରେ ପଶି ଆଲମିରା ଭାଙ୍ଗି ୬ ତୋଳା ସୁନା ଅଳଙ୍କାର ଲୁଟି ନେଇଛନ୍ତି। ପରିବାର ଲୋକଙ୍କ ନିଦ ଭାଙ୍ଗିବାରୁ ପାଟି କରିଥିଲେ। ଫଳରେ ଲୁଟେରାମାନେ ଏକ ଲୁହା ବାକ୍ସ ଓ ସୁନା ଗହଣାର ଖୋଳ ଘଟଣାସ୍ଥଳରେ ଛାଡି ଚମ୍ପଟ ମାରିଥିଲେ। ଏନେଇ ହେମନ୍ତ ଶୁକ୍ରବାର ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଅନ୍ୟ ପକ୍ଷରେ ବୁଧବାର ରାତିରେ ହିଞ୍ଜିଳି ଥାନା ଆଡପଡା ଫାଣ୍ଡି ପଥରପୁଞ୍ଜି ଗ୍ରାମରେ ଜଣେ ଡାକ୍ତରଙ୍କ ଘରେ ପଶି ଦୁର୍ବୃତ୍ତମାନେ ସୁନା ଅଳଙ୍କାର ଟଙ୍କା ଇତ୍ୟାଦି ଲୁଟି ନେଇଛନ୍ତି। ସେଠାରେ ଅନ୍ୟ ୩ଟି ଘରେ ଚୋରି ପାଇଁ ଉଦ୍ୟମ କରି ବିଫଳ ହୋଇଛନ୍ତି। ସେହିପରି ବୁଧବାର ରାତିରେ ଶିକିରି ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରୁ ସୁନା ଅଳଙ୍କାର , ଟଙ୍କା ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାସହ ଆଖପାଖ କିଛି ଗ୍ରାମରେ ମଧ୍ୟ ଚୋରି ଉଦ୍ୟମ ହୋଇଥିବା ଆଲୋଚନା ହେଉଥିଲେ ମଧ୍ୟ ଥାନାରେ ଅଭିଯୋଗ ହୋଇନାହିଁ। ଅଞ୍ଚଳରେ ଏପରି ଘନଘନ ଚୋରି ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଶୁକ୍ରବାର ପୂର୍ବାହ୍ନରେ ହିଞ୍ଜିଳି ଥାନାରେ ପହଞ୍ଚତ୍ ଚୋରି ଅଭିଯୋଗ ନେଇ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri