ହିଞ୍ଜିଳି ପୋଲିସ ଦ୍ୱାରା ଗଞ୍ଜେଇ ଚୋରାଚାଲାଣ ର଼୍ୟାକେଟ ଠାବ: ୨ବସ୍ତା ଗଞ୍ଜେଇ ଜବତ, ୩ ଗିରଫ

ହିଞ୍ଜିଳିକାଟୁ,୨୨ା୭(ଡି.ଏନ୍‌.ଏ): କନ୍ଧମାଳଠାରୁ ରାଜଧାନୀ ନୂଆଦିଲୀ ପର୍ଯ୍ୟନ୍ତ ଲମ୍ବିଥିବା ଏକ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟକୁ ରବିବାର ସନ୍ଧ୍ୟାରେ ହିଞ୍ଜିଳି ପୋଲିସ ଠାବ କରିବା ସହ ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କାର ଡ୍ରାଇଭର ତଥା ନୂଆଦିଲୀସ୍ଥିତ ରାଣୀଖେଦା ଅଞ୍ଚଳର ଆଶିଷ କୁମାର, ବିହାର ବୈଶାଳୀ ଜିଲା ରଘୁଆପୁରର ନାନକ ରାଏ ଓ ମିର୍ଜାପୁର ଜିଲା କଟରା ଅଞ୍ଚଳର ସୁରଜ ମଣ୍ଡଳ। ସେମାନଙ୍କ ନିକଟରୁ ୨ ବସ୍ତା ଗଞ୍ଜେଇ, ଏକ ଦାମୀ କାର ଜବତ ହୋଇଛି। ଥାନା ଏସ୍‌ଆଇ ବିଶ୍ୱଜିତ ନାୟକଙ୍କ ଏତଲା କ୍ରମେ ହିଞ୍ଜିଳି ଥାନାରେ (୧୮୪/୧୯) ମାମଲା ରୁଜୁହୋଇଛି। ଅଭିଯୁକ୍ତମାନଙ୍କୁ ସୋମବାର ଛତ୍ରପୁର ସେକ୍ସନ କୋର୍ଟକୁ ଚାଲାଣ କରାଯାଇଛି। ହିଞ୍ଜିଳି ଥାନା ଇଲାକାରେ ବଡ଼ ଧରଣର ଗଞ୍ଜେଇ ଚୋରା ର଼୍ୟାକେଟର ପର୍ଦ୍ଧାଫାଶ ପୋଲିସ ପାଇଁ ବଡ଼ ସଫଳତା ବୋଲି ଖବରଦାତାଙ୍କୁ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri