ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ

ଆନନ୍ଦପୁର,୨୭।୭(ସ୍ବ.ପ୍ର.) : କେନ୍ଦୁଝର ଜିଲା ଘସିପୁରା ବ୍ଲକ ୧୨ନଂ. ଜୋନ୍‌ର ୮ଟି ପଞ୍ଚାୟତର ହିତାଧିକାରୀମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ରାମଚନ୍ଦ୍ରପୁର, ଅଳତୀ, ଗଡ଼ବାନ୍ଧଗୋଡ଼ା, ପୁରୁଣାବାନ୍ଧଗୋଡ଼ା, ଗଁପୁର, ତରୁଆଁ, ଶାଳଦେଇ, ବାତୋ ପ୍ରଭୃତି ପଞ୍ଚାୟତର ୯୮୩ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଇ କାର୍ଯ୍ୟାଦେଶ ପାଇଁ ସ୍ଥିର କରାଯାଇଛି। ସେଥିମଧ୍ୟରୁ ଅନଲାଇନ୍‌ରେ ପଞ୍ଜିକରଣ ହୋଇଥିବା ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଶନିବାର ତରୁଆ ପଞ୍ଚାୟତ କାର୍ଯ୍ୟାଳୟ ଏବଂ ପଦନା ଛକ ହାଟପିଣ୍ଡିରେ ଏହି କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ଘସିପୁରା ବିଡିଓ ଡ.ମଧୁସ୍ମିତା ସାମନ୍ତରାୟଙ୍କ ସଂଯୋଜନାରେ ବିଧାୟକ ବଦ୍ରିନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସହକାରୀ ଯନ୍ତ୍ରୀ ରବୀନ୍ଦ୍ର କୁମାର ନାୟକ, ବ୍ଲକ ପ୍ରୋଜେକ୍ଟ କୋଅଡିନେଟର ଗୁରୁପଦ ପାଲ, ପିଇଓ ମୁରଲୀଧର ସ୍ବାଇଁ, ମନରେଗା ସହାୟକ ସୁରେଶ ସାହୁଙ୍କ ସମେତ ସମସ୍ତ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ସାମିଲ ଥିଲେ। ରାମଚନ୍ଦ୍ରପୁର ପୂର୍ବତନ ସରପଞ୍ଚ ମଦନମୋହନ ସାହୁ, ପ୍ରଭାତ ବରାଳ, ସୁଶାନ୍ତ ବିଶ୍ୱାଳ, ସରପଞ୍ଚ ଆରତି ବେହେରା, କାହ୍ନୁଚରଣ ନାୟକ, ପଦ୍ମନାଭ ଦାସ, ବଳରାମ ବେହେରା, ପ୍ରଦୀପ ଧୀର, ଶାଳଦେଇ ସମିତିସଭ୍ୟ ସ୍ମୃତିରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ପେଟ୍ରୋଡଲାର ସାମ୍ରାଜ୍ୟ

ପୃଥିବୀର କୌଣସି ଏକ ପେଟ୍ରୋଲ୍‌ ପମ୍ପରେ ଗାଡ଼ିରେ ଇନ୍ଧନ ଭରିବା ଦୃଶ୍ୟ ସାଧାରଣ ହୋଇପାରେ, କିନ୍ତୁ ଏହା ପ୍ରଚ୍ଛଦପଟରେ ଏକ ବିଶାଳ ଆର୍ଥିକ ବ୍ୟବସ୍ଥା କାମ କରୁଥାଏ,…

ଦୁବାଇରେ ଧରାପଡ଼ିଲେ ଭାରତର ମୋଷ୍ଟ ୱାଣ୍ଟେଡ ଡ୍ରଗ୍ସ ମାଫିଆ! ଖୁବଶୀଘ୍ର ଆସିବେ ଭାରତ

ନୂଆଦିଲ୍ଲୀ,୨୪।୩: ଭାରତର ଡ୍ରଗ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ‘ଜାଜ’କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକର ନିର୍ଦ୍ଦେଶରେ ଇଣ୍ଟରପୋଲ ସହାୟତାରେ ଏହି ଅପରେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri