ହିତାଧିକାରୀଙ୍କୁ ମିଳୁନି ପାଇଖାନା ନିର୍ମାଣ କାର୍ଯ୍ୟାଦେଶ

ଖଣ୍ଡପଡ଼ା,୨୬ା୮(ସ୍ବ.ପ୍ର.)- ସ୍ବଚ୍ଛ ଭାରତ ମିଶନ ଅଭିଯାନ ନିମନ୍ତେ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ବ୍ୟୟ କରୁଥିଲେ ସୁଦ୍ଧା ବାସ୍ତବରେ ଏହା କେତେଦୂର କାର୍ଯ୍ୟକାରୀ ହୋଇପାରିଛି ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଖଣ୍ଡପଡ଼ା ବ୍ଲକର ସିଂଘାପଡ଼ା ପଞ୍ଚାୟତରେ ଅନେକ ହିତାଧିକାରୀ ଉକ୍ତ ଯୋଜନାରୁ ବଞ୍ଚତ୍ତ ହେବାରୁ ଏହି ଯୋଜନା ଏକ ପ୍ରକାର ପ୍ରହସନ ପାଲଟିଛି ବୋଲି ସାଧାରଣରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ସ୍ବଚ୍ଛ ଭାରତ ମିଶନ ମାଧ୍ୟମରେ ଗ୍ରାମାଞ୍ଚଳ, ସହାରାଞ୍ଚଳରେ ବସବାସ କରୁଥିବା ଗରିବ ଜନସାଧାରଣଙ୍କୁ ପାଇଖାନା ନିର୍ମାଣ ନିମନ୍ତେ ଅନୁଦାନ ଅର୍ଥ ଯୋଗାଇ ଦିଆଯାଉଛି। ମାତ୍ର ଅନେକ ଯୋଗ୍ୟ ହିତାଧିକାରୀ ଯୋଜନାରୁ ବାଦ୍‌ ପଡିଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଲାଞ୍ଚ ନ ଦେଲେ ପାଇଖାନା ନିମର୍ର୍ାଣ ନିମନ୍ତେ କାର୍ଯ୍ୟାଦେଶ ମିଳୁ ନ ଥିବା ଅଭିଯୋଗ ହେଉଛିି। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ସିଂଘାପଡା ପଞ୍ଚାୟତସ୍ଥ ଖୁଣ୍ଟବନ୍ଧ, କୁଟୁକୁଣୀ, ବେଡାକି, ରୁପାପଲ୍ଲୀ, ସମ୍ବରବିନ୍ଧା, ବରଗଣ୍ଡ ଆଦିି ଆଦିବାସୀ ଅଧ୍ୟୂଷିତ ଗ୍ରାମଗୁଡିକରେ। ଖୁଣ୍ଟବନ୍ଧ ଦଳିତ ସାହିର ଅନେକ ଗରିବଙ୍କ ଘରେ ପକ୍କା ପାଇଖାନାଟିଏ ନାହିଁ। ତେଣୁ ସେମାନେ ବାଧ୍ୟ ହୋଇ ଘର ପଛପଟେ ଝାଟିମାଟି କାନ୍ଥ କରି ପୁରୁଣା ଲୁଗା ଟାଣି ଯେଭଳି ଦୟନୀୟ ଅବସ୍ଥାରେ ମଳତ୍ୟାଗ କରୁଛନ୍ତି ସେଥିରୁ ଜଣାପଡ଼େ ଯେ ଗରିବଙ୍କ ପାଇଁ ପାଇଖାନା ନିର୍ମାଣ ଯୋଜନାରେ ସ୍ବଚ୍ଛତା କେତେ ରହିିଛି? ପାଇଖାନାଟିଏ ନିର୍ମାଣ ନିମନ୍ତେ ଗରିବ ହିତାଧିକାରୀମାନେ ବାରମ୍ବାର ଏହି ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇ ନିରାଶ ହୋଇ ଫେରିଥିବା ଅଭିଯୋଗ କରିଛନ୍ତି। ଏହାପରେ ଖଣ୍ଡପଡ଼ା ବ୍ଲକ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି ସୁଫଳ ପାଇ ନ ଥିବା ସେମାନେ କହିିଛନ୍ତି ା ଖଣ୍ଡପଡ଼ା ବିଡିଓ ଗୌରବମୟ ପ୍ରଧାନଙ୍କୁ ଏ ସମ୍ପର୍କରେ ପଚାରିବାରୁ ଏଥିପ୍ରତି ଦୃଷ୍ଟି ଦେବେ ବୋଲି ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

ଖେଳିବା ବୟସରେ ହାତରେ ଭିକ୍ଷାଥାଳ

ରାଉରକେଲା,୨୫ା୪(ବିପ୍ଲବ ରଞ୍ଜନ ଦାଶ)ରାଉରକେଲାର ପ୍ରସିଦ୍ଧ ବେଦବ୍ୟାସ ପୀଠରେ କୋମଳମତି ପିଲାମାନେ ଭିକ୍ଷାଥାଳ ଧରି ଭିକ୍ଷାବୃତ୍ତି କରୁଛନ୍ତି। ଚିନ୍ତାର ବିଷୟ, ଯେଉଁ କୋମଳମତି ଶିଶୁମାନେ ଭିକ୍ଷାବୃତ୍ତି କରୁଛନ୍ତି...

ମେ ୧୦ରୁ ରବିଧାନ ସଂଗ୍ରହ

ସମ୍ବଲପୁର,୨୫ା୪(ପ୍ରମୋଦ ବହିଦାର)ଆସନ୍ତା ମେ ୧୦ରୁ ସମ୍ବଲପୁର ଜିଲାରେ ଚଳିତବର୍ଷ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଧାନ ସଂଗ୍ରହ...

‘ହିଞ୍ଜିଳି ଦାଦନଙ୍କ ସମ୍ପର୍କରେ ଶ୍ୱେତପତ୍ର ପ୍ରକାଶ କରନ୍ତୁ’

ଆଠମଲ୍ଲିକ,୨୫ା୪(ଉଦୀପ୍ତ ପୁରୋହିତ)ସମ୍ବଲପୁର ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ଅନୁଗୋଳ ଜିଲାର ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବୁଧବାର ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ...

ଗୋଷ୍ଠୀ କନ୍ଦଳରୁ ଫାଇଦା ଉଠାଇବାକୁ ପ୍ରୟାସ

ଖୋର୍ଦ୍ଧା/ବାଲିପାଟଣା,୨୫ା୪(ପ୍ରଭାତ ପାଣିଗ୍ରାହୀ/ଅଭିମନ୍ୟୁ ନାୟକ)ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ଜୟଦେବ ନିର୍ବାଚନମଣ୍ଡଳୀ ଅନୁସୂଚିତ ଜାତି (ଏସ୍‌ସି) ପାଇଁ ସଂରକ୍ଷିତ ରହିଛି। ଗତ ୩ଟି ନିର୍ବାଚନରେ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri