ହିତାଧିକାରୀଙ୍କ ଘରକୁ ଯାଇ ଦିଆଯିବ ଭତ୍ତା ଟଙ୍କା

ଛତ୍ରପୁର, ୨୦।୩(ଡି.ଏନ୍‌.ଏ.): କରୋନାକୁ ମୁକାବିଲା କରିବା ଲାଗି ସରକାର ଅନେକ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହିତାଧିକାରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମଧୁବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଗତ ଯୋଜନାରେ ପ୍ରଦାନ କରାଯାଉଥିବା ମାସିକ ଭତ୍ତା ଆଗାମୀ ୪ ମାସ ପାଇଁ ଏକକାଳୀନ ପ୍ରଦାନ କରାଯିବ। ଜନସମାଗମକୁ ସୀମିତ ରଖିବା ନିମନ୍ତେ ଏହି ଟଙ୍କାକୁ ହିତାଧିକାରୀଙ୍କ ନିଜ ଗ୍ରାମରେ ହିଁ ପ୍ରଦାନ କରାଯିବ। ଏହି କ୍ରମରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରଶାସନ ପକ୍ଷରୁ ହିତାଧିକାରୀଙ୍କ ଘରକୁ ଯାଇ ସେମାନଙ୍କୁ ବାର୍ଦ୍ଧକ୍ୟ, ବିଧବା ଆଦି ଭତ୍ତା ଟଙ୍କା ପ୍ରଦାନ କରାଯିବ। ଶୁକ୍ରବାର ଛତ୍ରପୁର ପଞ୍ଚାୟତ ସମିତିରେ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ଏହି ସୂଚନା ଦିଆଯାଇଛି। ସରକାର ଓ ଜିଲାପାଳଙ୍କ କରୋନା ନେଇ ଥିବା ନିର୍ଦ୍ଦେଶନାମାକୁ ମାନିବା ପାଇଁ ବୈଠକରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଅନୁରୋଧ କରିଛନ୍ତି। ଏଡିଏମ୍‌ ଅମୀୟ କୁମାର ସାହୁ ଯୋଗଦେଇ ପ୍ରତି ପଞ୍ଚାୟତରେ ସ୍ବତନ୍ତ୍ର ସ୍ବାସ୍ଥ୍ୟ ସେଣ୍ଟର ପ୍ରସ୍ତୁତ ହେବ। ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ, ଉପାଧ୍ୟକ୍ଷା ଅମିତା ସାହୁ, ବିଡିଓ ଅମ୍ବିକା ପ୍ରସାଦ ଦାଶଙ୍କ ସମେତ ସରପଞ୍ଚ, ସମିତିସଭ୍ୟ, ଜିଲାପରିଷଦ ସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri