ହିନ୍ଦୀ ଥିଓରି ଫୁଲ୍‌ ମାର୍କ ୪୦, ଛାତ୍ର ରଖିଲେ ୮୭

ଉମରକୋଟ,୨୭ା୨ (ଡି.ଏନ.ଏ): ଛାତ୍ରଙ୍କ ଭବିଷ୍ୟତ ସହ ଖେଳ। ବୋର୍ଡ କାର୍ଯ୍ୟାଳୟର ଖାମଖିଆଲ ମୂଲ୍ୟାଙ୍କନ ଯୋଗୁ ପରୀକ୍ଷାରେ ଫୁଲ ମାର୍କଠାରୁ ଅଧିକ ମାର୍କ ରଖିଛନ୍ତି ଜଣେ ଛାତ୍ର। ହିନ୍ଦୀ ଥିଓରୀର ଫୁଲ ମାର୍କ ୪୦ ହୋଇଥିବା ସ୍ଥଳେ ୮୭ ମାର୍କ ଦିଆଯାଇଛି। ନବରଙ୍ଗପୁର ଜିଲା ଉମରକୋଟ ସ୍ଥିତ ବ୍ଲକ ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନ (ବିଆଇଟି)ରେ ପଢୁଥିବା ୨ୟ ବର୍ଷର ଛାତ୍ର ତପନ ଗଣ୍ଡଙ୍କ ପରୀକ୍ଷା ଫଳାଫଳ ଏପରି ଆସିଛି। ଏହା ଦେଖି ତପନ ଆଶ୍ଚର୍ଯ୍ୟ ହୋଇଛନ୍ତି । ଶିକ୍ଷକ ଓ ପ୍ରଶିକ୍ଷଣ ଅନୁଷ୍ଠାନରେ ପଢୁଥିବା ଛାତ୍ରୀଛାତ୍ରଙ୍କ ପ୍ରଥମ ଓ ୨ୟ ବର୍ଷରେ ବୋର୍ଡ ପରୀକ୍ଷା ହୋଇଥାଏ। ଛାତ୍ରୀଛାତ୍ରମାନେ ଥିଓରୀରେ ୪୪୦ ମାର୍କ , ଆସାଇନମେଣ୍ଟରେ ୧୧୦ ମାର୍କ ଏବଂ ପ୍ରାକ୍ଟିକାଲରେ ୧୦୦ ମାର୍କ ସହ ମୋଟ ୬୫୦ ମାର୍କର ପରୀକ୍ଷା ଦେଇଥାନ୍ତି। ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନରେ ତପନ ପ୍ରଥମ ବର୍ଷରେ ଯେଉଁ ପରୀକ୍ଷା ଦେଇଥିଲେ ତାହାର ଫଳାଫଳ ଗତ ୨ ଦିନ ପୂର୍ବେ ଅନ୍‌ଲାଇନ ମାଧ୍ୟମରେ ବାହାରିଥିଲା। ଏ ସଂକ୍ରାନ୍ତରେ ଅନୁଷ୍ଠାନର ଶିକ୍ଷକଙ୍କୁ ଜଣାଇଥିଲେ। ଏ ସମ୍ପର୍କରେ ବିଆଇଟି ଅନୁଷ୍ଠାନର ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ପଚାରିବାରୁ ସେ କହିଥିଲେ ଯେ, ଅନଲାଇନରୁ ପରୀକ୍ଷାଫଳ ସମ୍ପର୍କରେ ସେ ଜାଣିବାକୁ ପାଇଥିଲେ। ତେବେ ଟାବୁଲେସନ ନଚେତ ମୂଲ୍ୟାୟନ ବେଳେ ଏହି ଭୁଲ ହୋଇଥାଇପାରେ। ତପନ ଏବେ ୨ୟ ବର୍ଷରେ ପଢୁଥିବାରୁ ସେ ୨ୟ ବର୍ଷର ବୋର୍ଡ ପରୀକ୍ଷା ଦେବେ। ଶେଷ ବର୍ଷର ପରୀକ୍ଷା ଫଳରେ ଏହି ତ୍ରୁଟି ସଂଶୋଧନ ହୋଇଯିବ ବୋଲି ସେ କହିଛନ୍ତି।ଯୋଗୁ କିଛି ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହିତ ଖେଳ ଖେଳାଯାଉଛି । ଏହାକୁ ନେଇ ଛାତ୍ରୀଛାତ୍ର ମହଲରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri