Posted inଜାତୀୟ

ହିନ୍ଦୁସ୍ତାନ ପେଟ୍ରୋଲିୟମ୍‌ ପ୍ଲାଣ୍ଟରେ ଫାଟିଲା ଟ୍ୟାଙ୍କ: ବହୁ ଗଁ।କୁ କରାଗଲା ଖାଲି

ଉନ୍ନାଓ,୧୨।୯: ଉତ୍ତରପ୍ରଦେଶ ଉନ୍ନାଓରେ ଥିବା ହିନ୍ଦୁସ୍ତାନ ପେଟ୍ରୋଲିୟମ ପ୍ଲାଣ୍ଟରେ ଗୁରୁବାର ବିସ୍ଫୋରଣ ହୋଇଛି। ହଠାତ୍‌ ଟ୍ୟାଙ୍କ ଫାଟିବାରୁ ଅଗ୍ନିକାଣ୍ଡ ଘଟିଥିଲା। ବିସ୍ଫୋରଣ ଏତେ ଜୋରରେ ଥିଲା ଯେ ହୁ ହୁ ହୋଇ ନିଆଁ ଚାରିଆଡେ ବ୍ୟାପିଯାଇଥିଲା। ଏହି ଦୁର୍ଘଟଣା ଯୋଗୁ ପ୍ଲାଣ୍ଟରେ ସେଠାରେ ଉପସ୍ଥିତ ବ୍ୟକ୍ତି ପ୍ରାଣ ବିକଳରେ ବାହାରିବାକୁ ଚେଷ୍ଟା କରିଥିଲେ। ତେବେ ଏହି ଦୁର୍ଘଟଣାରେ କେହି ହତାହତ ହୋଇ ନ ଥିବା ସୂଚନା ରହିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛି। ଟ୍ୟାଙ୍କରେ ଲିକ୍‌ ହେବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ବେଳେ ଯୁଦ୍ଧକାଳିନ ଭିତ୍ତିରେ ଏହି ଲିକେଜକୁ ରୋକିବାକୁ ଚେଷ୍ଟା କରାଯାଉଛି। ତେବେ ଘଟଣାସ୍ଥଳରେ ବହୁ ସଂଖ୍ୟାରେ ପୋଲିସ ମୁତୟନ କରାଯାଇଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ପ୍ଲାଣ୍ଟରେ ଲୋକଙ୍କ ଯାତାୟାତକୁ ବନ୍ଦ କରିଦିଆଯାଇଛି। ଏଥିସହ ପ୍ଲାଣ୍ଡର ଆଖପାଖ ତଥା ୪ରୁ୫ କିଲୋମିଟରରେ ପର୍ଯ୍ୟନ୍ତ ଥିବା ଅଞ୍ଚଳକୁ ଆଲର୍ଟ ଜାରି କରାଯିବା ସହ ଖାଲି କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ମୃତ୍ୟୁଖବର ଶୁଣି ଚେୟାରରୁ ଗଳି ପଡିଲେ ପୁଅ

ଲକ୍ଷ୍ନୌ,୨୯।୩: ଉତ୍ତରପ୍ରଦେଶର ପ୍ରଖ୍ୟାତ ମାଫିଆ ମୁଖତାର ହୃଦ୍‌ଘାତରେ ମୃତ୍ୟୁବରଣ କରିଛନ୍ତି। ଜେଲ୍‌ରେ ଥିବାବେଳେ ତାଙ୍କର ହୃଦ୍‌ଘାତ ହୋଇଥିଲା। ତାଙ୍କର ଜଣେ ପୁଅ ଅବ୍ବାସ ବର୍ତ୍ତମାନ କସଗଞ୍ଜ...

ଜଣେ ଅପରାଧୀଙ୍କ ମୃତ୍ୟୁକୁ ନେଇ ଲୁହ ଝରାଇବା ଠିକ୍‌ ନୁହେଁ

ଲକ୍ଷ୍ନୌ,୨୯।୩: ପ୍ରଖ୍ୟାତ ମାଫିଆ-ରାଜନେତା ମୁଖତାର୍‌ ଅନସାରୀ ହୃଦଘାତରେ ଜେଲ୍‌ରେ ମୃତ୍ୟୁ ଘଟିଛି। ଅନସାରୀଙ୍କ ମୃତ୍ୟୁକୁ ନେଇ ଭାଜପା ନେତା ସଂଗୀତ ସୋମଙ୍କ ବଡ ବିବୃତ୍ତି ପ୍ରକାଶ...

ବିହାରରେ ଛିଣ୍ଡିଲା ଆସନ ଭାଗବଣ୍ଟା, ଏତିକି ଆସନରେ ନିର୍ବାଚନ ଲଢିବେ ଆରଜେଡି, କଂଗ୍ରେସ, ଏଭଳି ରହିଛି ଫମୁର୍ଲା…

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ପୂର୍ବରୁ ବିହାରରେ କଂଗ୍ରେସ ଏବଂ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ମଧ୍ୟରେ ଆସନ ଭାଗବଣ୍ଟା ଉପରେ ସମାଧାନ ହୋଇଯାଇଛି। ଆଜି...

ଜମ୍ମୁ-ଶ୍ରୀନଗର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: ୧୦ ମୃତ

ଶ୍ରୀନଗର,୨୯।୩: ଶୁକ୍ରବାର ଜମ୍ମୁ-କଶ୍ମୀରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରାମବନ ନିକଟ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଏକ କ୍ୟାବ ଖାଲରେ ଖସିପଡିଛି। ଯେଉଁଥିରେ ୧୦ଜଣଙ୍କର...

ମୋଦି-ବିଲ୍‌ ଗେଟ୍ସ ଆଲୋଚନା: ସବୁ ଗାଁରେ ପହଞ୍ଚିବ ଡିଜିଟାଲ୍‌ ସେବା

ନୂଆଦିଲ୍ଲୀ,୨୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ମଧ୍ୟରେ ଏକ ବଡ଼ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ବିଲ୍‌ ଗେଟ୍ସଙ୍କୁ କହିଛନ୍ତି,...

ବୁଥ୍‌ରେ ଭୋଟ ଦେବାକୁ ଅଫିସର ଭୋଟରଙ୍କୁ ବାଧ୍ୟ କରିପାରିବେ ନାହିଁ

କୋଲକାତା,୨୯।୩: ପ୍ରତ୍ୟେକ ଯୋଗ୍ୟ ଭୋଟର ଯେପରି ସେମାନଙ୍କ ମତଦାନ ଅଧିକାର ସାବ୍ୟସ୍ତ କରିବେ, ସେଥିପାଇଁ ନିର୍ବାଚନ କମିଶନ ଏଥର ସମସ୍ତ ଉଦ୍ୟମ ଜାରି ରଖିଛନ୍ତି। ଭୋଟରମାନଙ୍କୁ...

ଭାରତରେ ନିଯୁକ୍ତିର ଉତ୍କଟ ସ୍ଥିତି, ବେରୋଜଗାରିର ୮୩% ଯୁବବର୍ଗ

ନୂଆଦିଲ୍ଲୀ,୨୯।୩: ଭାରତରେ ନିଯୁକ୍ତି ସ୍ଥିତି ଅତ୍ୟନ୍ତ ଉତ୍କଟ ବୋଲି ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲ୍‌ଓ) ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହ୍ୟୁମାନ୍‌ ଡେଭେଲପ୍‌ମେଣ୍ଟ (ଆଇଏଚ୍‌ଡି)ର ଏକ ରିପୋର୍ଟରୁ...

୯୬% ଭାରତୀୟ କମ୍ପାନୀ ସାଇବର ଆକ୍ରମଣ ମୁକାବିଲା ପାଇଁ ଅକ୍ଷମ

ନୂଆଦିଲ୍ଲୀ, ୨୯।୩:ଭାରତରେ ସାଇବର ଆକ୍ରମଣଜନିତ ମାମଲା ଦ୍ରୁତ ଗତିରେ ବଢ଼ିଚାଲିଛି। ଏଭଳି ଆକ୍ରମଣର ମୁକାବିଲା ପାଇଁ ମାତ୍ର ୪ ପ୍ରତିଶତ ଭାରତୀୟ କମ୍ପାନୀ ସକ୍ଷମ। ଅର୍ଥାତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri