ହିନ୍ଦୋଳରେ କୋରାପୁଟ ଏମ୍‌ପି: ‘କଂଗ୍ରେସ ହିଁ ହୋଇପାରିବ ଭାଜପାର ବିକଳ୍ପ’

ହିନ୍ଦୋଳ, ୭।୧୧(ଡି.ଏନ.ଏ.)-କେନ୍ଦ୍ରରେ ଭାଜପା ସରକାର ଆସିବା ପରଠାରୁ ଦେଶର ଆର୍ଥିକ ଭିତ୍ତଭୂମି ଭୁଶୁଡ଼ି ଯାଇଛି। ଦେଖାଦେଇଥିବା ଏପରି ମାନ୍ଦାବସ୍ଥା କଂଗ୍ରେସ ସମୟରେ ନ ଥିଲା। ଦେଶରେ ନିଯୁକ୍ତି ଠପ୍‌ ହୋଇଯାଇଛି। ଦରଦାମ ଆକାଶଛୁଅଁା ହୋଇଛି। ଏହାର ପଛରେ ଭାଜପାର ଆର୍ଥିକ ନୀତି ହିଁ ଦାୟୀ। କଂଗ୍ରେସ ହିଁ ଭାଜପାର ବିକଳ୍ପ ହୋଇପାରିବ। ଏଥିପାଇଁ ତୃଣମୂଳସ୍ତରରୁ ସମସ୍ତଙ୍କୁ ସଙ୍ଗଠିତ ହୋଇ କାମ କରିବାକୁ ପଡ଼ିବ ବୋଲି କହିଛନ୍ତି କୋରାପୁଟ ଏମ୍‌ପି ତଥା ଢେଙ୍କାନାଳ ଜିଲା ପର୍ଯ୍ୟବେକ୍ଷକ ସପ୍ତଗିରି ଉଲ୍ଲାକା। ହିନ୍ଦୋଳ ଟାଉନ ହଲ୍‌ରେ ଆୟୋଜିତ କର୍ମୀ ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସେ ଏହା କହିଛନ୍ତି।
ହିନ୍ଦୋଳ ନିର୍ବାଚନମଣ୍ଡଳୀ କଂଗ୍ରେସ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରଥମେ ଏମ୍‌ପିଙ୍କୁ ଭବ୍ୟ ଶୋଭାଯାତ୍ରାରେ ପାଛୋଟି ଆଣିଥିଲେ କର୍ମୀ। ଏହି ଅବସରରେ କୋର୍ଟ ଛକରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଏମ୍‌ପି ମାଲ୍ୟାର୍ପଣ କରିଥିଲେ। ବରିଷ୍ଠ ନେତା ତ୍ରିନାଥ ବେହେରାଙ୍କ ଆବାହକତ୍ୱରେ ଆୟୋଜିତ ସଭାରେ ରାଜା ଶୈଳେନ୍ଦ୍ର ନାରାୟଣ ସିଂଦେଓ, ଜିଲା ସଭାପତି ସୁରେଶ ପାଣିଗ୍ରାହୀ, ଜିଲା ମହିଳା କଂଗ୍ରେସ ସଭାନେତ୍ରୀ ମମତାଞ୍ଜଳି ବେହେରା, ପିସିସି ଉପସଭାନେତ୍ରୀ ସସ୍ମିତା ବେହେରା, ଅନୁଗୁଳ ଜିଲା ସଭାପତି ବିପ୍ଳବ ଜେନା, ପୂର୍ବତନ ବିଧାୟକ ନବୀନ ନନ୍ଦ, ମହେଶ୍ୱର ନାୟକ ପ୍ରମୁଖ ଯୋଗଦେଇଥିଲେ। ସାଧାରଣ ନିର୍ବାଚନରେ ଦଳ ଆଶାନୁରୂପକ ପ୍ରଦର୍ଶନ କରିପାରିନାହିଁ। ଏଥିରେ ନିରୁତ୍ସାହିତ ନ ହୋଇ ପଞ୍ଚାୟତସ୍ତରରୁ ସଙ୍ଗଠନକୁ ମଜଭୁତ କରିବାକୁ ପଡ଼ିବ। ଅସୂୟ ମନୋଭାବ ଛାଡି ଏକଜୁଟ ହୋଇ କାମ କଲେ ଏହାର ସୁଫଳ ନିଶ୍ଚୟ ମିଳିବ ବୋଲି ଅତିଥିମାନେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ସେବା ଦଳ ଅଧ୍ୟକ୍ଷ ସୁବାସ ପାଳ, ସନ୍ତୋଷ ରାଉତ, ଛବିରାଜ ବିଶ୍ୱାଳ, ରତିକାନ୍ତ ଗଡ଼ନାୟକ, ପ୍ରିୟବ୍ରତ ଗଡ଼ନାୟକ ପ୍ରମୁଖ ଶତାଧିକ କର୍ମୀ ଉପସ୍ଥିତ ରହି ଆଲୋଚନାରେ ଭାଗନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri