ହିନ୍ଦୋଳ ବନାଞ୍ଚଳରେ ପୁଣି ହାତୀ ଛୁଆ ମୃତ: ୨ ମାସରେ ୪ ମଲେଣି

ରାସୋଳ, ୧୭।୭(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା ହିନ୍ଦୋଳ ବନାଞ୍ଚଳରେ ଅସୁରକ୍ଷିତ ହୋଇପଡ଼ିଛନ୍ତି ହାତୀ। ବିଭିନ୍ନ କାରଣରୁ ସଂରକ୍ଷିତ ଜଙ୍ଗଲରେ ହାତୀ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ବମ୍ପା ସେକ୍ସନ ଅଧୀନ ଭିଙ୍ଗିରା ସଂରକ୍ଷିତ ଜଙ୍ଗଲରେ ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି। ଏହାର ଆନୁମାନିକ ବୟସ ୬ମାସ ହେବ। ଗତ ଦୁଇମାସ ମଧ୍ୟରେ ଏହା ହେଉଛି ୪ର୍ଥ ଘଟଣା। ବନ ବିଭାଗର ଅବହେଳା ଯୋଗୁ ହାତୀଙ୍କ ଏପରି ଅକାଳ ମୃତ୍ୟୁ ହେଉଥିବାବେଳେ ଏହାକୁ ନେଇ କ୍ଷୋଭବ୍ୟକ୍ତ କରିଛନ୍ତି ପରିବେଶବିତ୍‌।
ଭିଙ୍ଗିରା ଜଙ୍ଗଲରେ ହାତୀ ଶାବକ ମରିପଡ଼ିଥିବା ସମ୍ପର୍କରେ ଗ୍ରାମବାସୀଙ୍କଠାରୁ ସୂଚନା ପାଇ ରେଞ୍ଜର ମଧୁସୂଦନ ପାତ୍ର, ଫରେଷ୍ଟର ପ୍ରଶାନ୍ତ ପାଣିଗ୍ରାହୀ, ଖଲିବୋରେଇ ଫରେଷ୍ଟର ବିକ୍ରମ ସେଠୀ, ଖଜୁରିଆକଟା ପ୍ରାଣୀଧନ ଚିକିତ୍ସକ ବାଣୀକାନ୍ତ ଖଟୁଆ ସଦଳବଳ ପହଞ୍ଚତ୍ଥିଲେ। ମୃତଦେହ ବ୍ୟବଚ୍ଛେଦ ପରେ ପୋତି ଦିଆଯାଇଛି। ଏ ନେଇ ଡିଏଫ୍‌ଓ ସୁଦର୍ଶନ ପାତ୍ର କୁହନ୍ତି, ହାତୀ ଶାବକର ନାଭିରେ ଘା’ ହୋଇଥିଲା। ସଂକ୍ରମଣରୁ ଏହାର ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।
ଗିରିଧରପ୍ରସାଦ ପଞ୍ଚାୟତ ଅଞ୍ଚଳରେ ମାସେ ହେଲେ ଏକ ପଲରେ ୧୫ରୁ ଊର୍ଦ୍ଧ୍ୱ ହାତୀ ବ୍ୟାପକ ଉପଦ୍ରବ ସୃଷ୍ଟି କରି ଚାଲିଛନ୍ତି। ଜରଡ଼ା, ବୁହାଳିପାଳ, ବାବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପଶି ଘରଦ୍ୱାର, ଫଳ ବଗିଚା ନଷ୍ଟ କରିବା ସହ ଧାନଚାଉଳ ଖାଇଯାଉଛନ୍ତି। ଉକ୍ତ ହାତୀପଲରେ ୩ଟି ହାତୀ ଛୁଆ ଥିଲେ। ସେଥିରୁ ଗୋଟିଏ ଜୁଲାଇ ୪ରେ ବାଲିସାହି ଅଞ୍ଚଳରେ ପ୍ରାଣ ହରାଇଥିଲା। ଏହାର କାରଣ ଅଦ୍ୟାବଧି ଅସ୍ପଷ୍ଟ ରହିଛି। ସେହିପରି କନକାରେ ଅସୁସ୍ଥ ହୋଇପଡ଼ିଥିବା ଏକ ହାତୀ ଛୁଆକୁ ବନ ବିଭାଗ ଉଦ୍ଧାର କରିଥିଲା। ତେବେ ସମ୍ପୂର୍ଣ୍ଣ ସୁସ୍ଥ ହେବା ପୂର୍ବରୁ ତାକୁ ଜଙ୍ଗଲକୁ ଛାଡ଼ି ଦିଆଯାଇଥିଲା। ତାଳଗଣ୍ଡା ଗ୍ରାମ ନିକଟରେ ଉକ୍ତ ହାତୀ ଶାବକର ମୃତଦେହ ଠାବ କରାଯାଇଥିଲା। ଗତ ଜୁନ୍‌ ୧୨ରେ ବାଲିମି ଥାନା କଡ଼ଲା ଗ୍ରାମ ଉପକଣ୍ଠ କର୍ଣ୍ଣପୁର ବିଟ୍‌ ଅଞ୍ଚଳରେ ଶିକାରୀଙ୍କ ବିଦ୍ୟୁତ୍‌ ଫାଶରେ ପଡ଼ି ଏକ ଦନ୍ତାହାତୀର ମୃତ୍ୟୁ ଘଟିଥିଲା। ହିନ୍ଦୋଳ ରେଞ୍ଜରେ ହାତୀମୃତ୍ୟୁ ସଂଖ୍ୟା ବଢୁଥିବାବେଳେ ବନ ବିଭାଗର ନିଦ ଭାଙ୍ଗୁନାହିଁ। ହାତୀ ଉପଦ୍ରୁତ ଅଞ୍ଚଳରେ ପାଟ୍ରୋଲିଂ କରାଯାଉ ନ ଥିବା ଅଭିଯୋଗ ହେଉଛି। ବନ ବିଭାଗର ଅବହେଳା ଅଞ୍ଚଳରୁ ହାତୀବଂଶ ଲୋପ କରିଦେବ ବୋଲି ପରିବେଶବିତ୍‌ମାନେ କ୍ଷୋଭର ସହ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri