ହିମାଚଳର ଏହି ୨ଟି ଜିଲାରେ ବଢ଼ିଲା ଲକ୍‌ଡାଉନ ଅବଧି

ସୋଲନ,୨୫।୫: ପ୍ରଥମ ରାଜ୍ୟ ଭାବେ ହିମାଚଳ ପ୍ରଦେଶର ୨ଟି ଜିଲାରେ ଜୁନ ୩୦ପର୍ଯ୍ୟନ୍ତ ଲକ୍‌ଡାଉନ ଅବଧି ବୃଦ୍ଧି କରାଯାଇଛି। ଦେଶରେ ଏବେ ଲକ୍‌ଡାଉନ ୪.୦ ଜାରି ରହିଥିବା ବେଳେ ଏହା ମେ ୩୧ରେ ଶେଷ ହେବ। ତେବେ ଆଗକୁ ଏହି ଲକ୍‌ଡାଉନ ବୃଦ୍ଧି କରାଯିବ କି ନାହିଁ ସେନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ କୌଣସି ସୂଚନା ମିଳିନାହିଁ। ଅପରପକ୍ଷେ କରୋନା ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ ହିମାଚଳ ପ୍ରଦେଶ ସରକାର ଜୁନ ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସୋମବାର ୨ଟି ଜିଲାର ଜିଲା ମାଜିଷ୍ଟ୍ରେଟ ହମିରପୁର ଓ ସୋଲନରେ ଏହି ଲକ୍‌ଡାଉନକୁ ବୃଦ୍ଧି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ୨ଟି ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ତେବେ ଏହି ଲକ୍‌ଡାଉନ ସମୟରେ ପୂର୍ବପରି କିଛି ନିୟମ ଓ କଟକଣା ଉପରେ କୋହଳ କରାଯାଇଛି। ସକାଳ ୮ଟାରୁ ସନ୍ଧ୍ୟା ୪ଟା ପର୍ଯ୍ୟନ୍ତ କଟକଣା କୋହଳ ରହିବ। ଏଥିସହ ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ କାର୍ଯ୍ୟକଳାପ ବ୍ୟତୀତ ଅନ୍ୟ ଗତିବିଧି ଉପରେ ପ୍ରତିବନ୍ଧକ ରହିବ। ଏହି ନିର୍ଦ୍ଦେଶ ଜୁନ ୩୦ପର୍ଯ୍ୟନ୍ତ କାର୍ଯ୍ୟକାରୀ ରହିବ ବୋଲି ଜିଲା ମାଜିଷ୍ଟ୍ରେଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri