Posted inଖେଳ

ହିରୋ ଏଆଇଏଫ୍‌ଏଫ୍‌ ଏଲିଟ୍‌ ଲିଗ୍‌: ଓଡ଼ିଶା ଏଫ୍‌ସି ୟୁଥ୍‌ ଟିମ୍‌ ବିଜୟୀ

ଭୁବନେଶ୍ୱର, ୫।୧ (ସ୍ପୋଟର୍‌ସ ବ୍ୟୁରୋ)- ହିରୋ ଏଆଇଏଫ୍‌ଏଫ୍‌ ଏଲିଟ୍‌ ଲିଗ୍‌ରେ ଶନିବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଓଡ଼ିଶା ଏଫ୍‌ସିର ଯୁବ (୧୮ ବର୍ଷରୁ କମ୍‌) ଦଳ ୫-୩ ଗୋଲରେ କନ୍‌ସିଏଣ୍ଟ ଫୁଟ୍‌ବଲ ଦଳକୁ ପରାସ୍ତ କରିଛି। ଭାରତର ଶ୍ରେଷ୍ଠ ଫୁଟ୍‌ବଲ ଦଳ କନ୍‌ସିଏଣ୍ଟ ଫୁଟ୍‌ବଲ ବିପକ୍ଷରେ ଓଡ଼ିଶା ଏଫ୍‌ସି ପ୍ରଭାବ ବିସ୍ତାର କରି ଖେଳିଥିଲା। ବିଜୟୀ ଓଡ଼ିଶା ଏଫ୍‌ସି ପକ୍ଷରୁ ରିଷଭ ଡୋବ୍ରିୟାଲ ୨ଟି ଏବଂ ଅଖୁନ୍ନ ତ୍ୟାଗୀ, ପିୟୂଷ ଭଣ୍ଡାରୀ ଓ ରମସିମ କାଇଓ୍ବଙ୍ଗନାଓ ଗୋଟିଏ ଲେଖାଏ ଗୋଲସ୍କୋର କରିଥିଲେ।
ପ୍ରାରମ୍ଭରୁ ଓଡ଼ିଶା ଏଫ୍‌ସିର ୟୁଥ୍‌ ଦଳ ଅଗ୍ରଣୀ ହାସଲ କରିଥିଲା। ୧୮ତମ ମିନିଟ୍‌ରେ ତ୍ୟାଗୀଙ୍କ ଗୋଲ ବଳରେ ଓଡ଼ିଶା ୧-୦ ଗୋଲରେ ଅଗ୍ରଣୀ ଲାଭ କରିଥିଲା। ଏହାପରେ ପ୍ରଥମାର୍ଦ୍ଧର ଅନ୍ତିମ ମୁହୂର୍ତ୍ତରେ ଡୋବ୍ରିୟାଲ (୪୩ତମ) ଓଡ଼ିଶା ପାଇଁ ୨ୟ ଗୋଲ କରିଥିଲେ। ଦ୍ୱିତୀୟାର୍ଦ୍ଧର ଆରମ୍ଭରୁ ଡୋବ୍ରିୟାଲ ନିଜର ୨ୟ ଗୋଲ ଦେଇ ଦଳକୁ ୩-୦ରେ ଅଗ୍ରଣୀ କରାଇଥିଲେ। ତେବେ ୫ ମିନିଟ୍‌ ଅନ୍ତରରେ କନ୍‌ସିଏଣ୍ଟ ଫୁଟ୍‌ବଲ ଦଳ ୨ଟି ଗୋଲ ଦେଇ ମ୍ୟାଚ୍‌କୁ ପ୍ରତ୍ୟାବର୍ତ୍ତନ କରିଥିଲା। ଓଡ଼ିଶା ଏଫ୍‌ସି ଯୁବ ଦଳ ପକ୍ଷରୁ ପିୟୂଷ (୭୪ତମ) ଓ ରାମସିମ (୮୫ତମ) ୧୧ ମିନିଟ୍‌ ବ୍ୟବଧାନରେ ୨ଟି ଗୋଲ କରି ଦଳକୁ ୫-୨ରେ ଅଗ୍ରଣୀ କରାଇଥିଲେ। ମ୍ୟାଚ୍‌ର ନିର୍ଦ୍ଧାରିତ ସମୟସୀମା ଗୋଟିଏ ମିନିଟ ପୂର୍ବରୁ କନ୍‌ସିଏଣ୍ଟ ଫୁଟ୍‌ବଲ ଦଳର ଆର୍ଯ୍ୟାନ ସାହନି ମହାନ୍ତି ଗୋଟିଏ ଗୋଲସ୍କୋର କରି (୫-୩) ପରାଜୟ ବ୍ୟବଧାନକୁ କମାଇଥିଲେ। ଓଡ଼ିଶା ଏଫ୍‌ସି ଏହାର ପରବର୍ତ୍ତୀ ମ୍ୟାଚ୍‌ରେ ପଞ୍ଜାବ ଫୁଟ୍‌ବଲ କ୍ଲବକୁ ଜାନୁୟାରୀ ୯ରେ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri