Posted inଖେଳ

ହିରୋ ଏଲିଟ୍‌ ଲିଗ୍‌: ୧୮ ବର୍ଷରୁ କମ୍‌ ଓଡ଼ିଶା ଏଫିସି ଦଳ ବିଜୟୀ

ନୂଆଦିଲ୍ଲୀ,୮।୨(ପି.ଟି.)- ହିରୋ ଏଲିଟ୍‌ ଲିଗ୍‌ରେ ୧୮ ବର୍ଷରୁ କମ୍‌ ଓଡ଼ିଶା ଏଫ୍‌ସି ଦଳ ଶୁକ୍ରବାର ଏକ ବୃହତ୍‌ ବିଜୟ ହାସଲ କରିଛି। ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମର ଟ୍ରେନିଂ ପିଚ୍‌-୨ରେ ଅନୁଷ୍ଠିତ ମ୍ୟାଚ୍‌ରେ ଓଡ଼ିଶା ପ୍ରଭାବ ବିସ୍ତାର କରି ଖେଳିବା ସହ ୬-୦ ଗୋଲରେ କନ୍‌ସିଏଣ୍ଟ ଫୁଟବଲକୁ ପରାସ୍ତ କରିଛି। ଓଡ଼ିଶା ତରଫରୁ ରିଷଭ ଡୋବ୍ରିୟାଲ ସର୍ବାଧିକ ୪ଟି ଗୋଲ ସ୍କୋର କରିଥିଲେ। ସେହିପରି ଅକ୍ଷୁର୍ଣ୍ଣ ତ୍ୟାଗୀ ଦୁଇଟି ଗୋଲ ଦେଇ ଦଳକୁ ବୃହତ୍‌ ବିଜୟ ପ୍ରଦାନ କରିଥିଲେ। ତ୍ୟାଗୀ ସପ୍ତମ ଓ ଦ୍ୱାଦଶ ମିନିଟ୍‌ରେ ଗୋଲ ଦେଇଥିଲେ। ସେହିପରି ରିଷଭ ୩୨, ୩୫, ୫୭ ଓ ୭୫ତମ ମିନିଟ୍‌ରେ ଗୋଲ ଦେଇଥିଲେ। ତେବେ କନ୍‌ସିଏଣ୍ଟ ତରଫରୁ ଗୋଟିଏ ହେଲେ ଗୋଲ ସ୍କୋର ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri