Posted inଖେଳ

ହିର୍‌ଓ୍ବାନୀ ମହିଳା ଦଳର ସ୍ପିନ ବୋଲିଂ ପରାମର୍ଶଦାତା

ନୂଆଦିଲ୍ଲୀ, ୧୮।୭ (ପି.ଟି.)- ପୂର୍ବତନ ଭାରତୀୟ କ୍ରିକେଟର ତଥା ଜାତୀୟ କ୍ରିକେଟ୍‌ ଏକାଡେମୀ (ଏନ୍‌ସିଏ) ସ୍ପିନ କୋଚ୍‌ ନରେନ୍ଦ୍ର ହିରଓ୍ବାନୀଙ୍କୁ ଗୁରୁବାର ନୂଆ ଦାୟିତ୍ୱ ମିଳିଛି। ସେ ଭାରତୀୟ ମହିଳା କ୍ରିକେଟ୍‌ ଦଳର ସ୍ପିନ ବୋଲିଂ ପରାମର୍ଶଦାତା ଭାବେ ନିଯୁକ୍ତ ପାଇଛନ୍ତି। ଫଳରେ ଆସନ୍ତା ସେପ୍ଟେମ୍ବରରୁ ଘରୋଇ ମାଟିରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ଦ୍ୱିପାକ୍ଷିକ ସିରିଜରେ ସେ ଭାରତୀୟ ଦଳ ସହ ରହିବା ସ୍ପଷ୍ଟ ହୋଇଛି। ୫୦ ବର୍ଷ ବୟସ ଏହି ପୂର୍ବତନ ଲେଗ୍‌-ସ୍ପିନର ଜାତୀୟ ଦଳ ପକ୍ଷରୁ ୧୭ ଟେଷ୍ଟ ଓ ୧୮ ଦିନିକିଆ ମ୍ୟାଚ୍‌ ଖେଳି ଯଥାକ୍ରମେ ୬୬ ଓ ୨୩ ଉଇକେଟ୍‌ ଅକ୍ତିଆର କରିଛନ୍ତି। ଦଳରେ ଅଧିକ ସ୍ପିନର ରହିଥିବାରୁ ଜଣେ ସ୍ପିନ ବୋଲିଂ କୋଚ୍‌ଙ୍କ ଆବଶ୍ୟକତା ରହିଛି ବୋଲି ନିକଟରେ ଭାରତୀୟ ଟି୨୦ ଦଳର ଅଧିନାୟିକା ହର୍‌ମନପ୍ରୀତ୍‌ କୌର କହିଥିଲେ। ଭାରତୀୟ ଦଳରେ ବର୍ତ୍ତମାନ ପୁନମ ଯାଦବ, ଏକତା ବିସ୍ତ ଓ ଦୀପ୍ତି ଶର୍ମାଙ୍କ ରୂପରେ ୩ଜଣ ସ୍ପିନର ରହିଛନ୍ତି। ‘ହିରଓ୍ବାନୀ ଜାତୀୟ କ୍ରିକେଟ ଏକାଡେଭୀ ସହ ବ୍ୟସ୍ତ ରହୁଥିବାରୁ ଏହା ଏକ ପୂର୍ଣ୍ଣକାଳୀନ ଦାୟିତ୍ୱ ନୁହେଁ। ସେ ଦଳ ସହିତ ଗସ୍ତ କରିବେ। ସେହିଭଳି ନିକଟରେ ଏନ୍‌ସିଏରେ ଚାଲିଥିବା ଟିମ୍‌ର କ୍ୟାମ୍ପରେ ମଧ୍ୟ ସେ କାର୍ଯ୍ୟ କରିବେ’ ବୋଲି ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ଅଧିକାରୀ କହିଛନ୍ତି। ଗତ ମାର୍ଚ୍ଚ ମାସରୁ ପ୍ରତିଦ୍ୱନ୍ଦ୍ୱୀତାମୂଳକ କ୍ରିକେଟ୍‌ ଖେଳି ନ ଥିବା ଭାରତୀୟ ଦଳ ସେପ୍ଟେମ୍ବରରେ ଘରୋଇ ମାଟିରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଖେଳିବାର କାର୍ଯ୍ୟସୂଚୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

୬ ବଲ୍‌ରେ ୫ ଉଇକେଟ୍‌ ନେଇ କ୍ରିକେଟ୍‌ ଜଗତରେ ହଇଚଇ କଲେ ଏହି କ୍ରିକେଟର୍‌: ପ୍ରଥମଥର ଘଟିଲା…

ଜାକର୍ତ୍ତା,୨୩।୧୨: ଟି-୨୦ କ୍ରିକେଟରେ ପାଞ୍ଚ ଉଇକେଟ ହାସଲ କରିବା ପ୍ରତ୍ୟେକ ବୋଲରଙ୍କ ସ୍ବପ୍ନ, କାରଣ ଚାରି ଓଭର ସ୍ପେଲରେ ଏହି ସଫଳତା ହାସଲ କରିବା ଅତ୍ୟନ୍ତ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri