Posted inଖେଳ

ହିର୍‌ଓ୍ବାନୀ ମହିଳା ଦଳର ସ୍ପିନ ବୋଲିଂ ପରାମର୍ଶଦାତା

ନୂଆଦିଲ୍ଲୀ, ୧୮।୭ (ପି.ଟି.)- ପୂର୍ବତନ ଭାରତୀୟ କ୍ରିକେଟର ତଥା ଜାତୀୟ କ୍ରିକେଟ୍‌ ଏକାଡେମୀ (ଏନ୍‌ସିଏ) ସ୍ପିନ କୋଚ୍‌ ନରେନ୍ଦ୍ର ହିରଓ୍ବାନୀଙ୍କୁ ଗୁରୁବାର ନୂଆ ଦାୟିତ୍ୱ ମିଳିଛି। ସେ ଭାରତୀୟ ମହିଳା କ୍ରିକେଟ୍‌ ଦଳର ସ୍ପିନ ବୋଲିଂ ପରାମର୍ଶଦାତା ଭାବେ ନିଯୁକ୍ତ ପାଇଛନ୍ତି। ଫଳରେ ଆସନ୍ତା ସେପ୍ଟେମ୍ବରରୁ ଘରୋଇ ମାଟିରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ଦ୍ୱିପାକ୍ଷିକ ସିରିଜରେ ସେ ଭାରତୀୟ ଦଳ ସହ ରହିବା ସ୍ପଷ୍ଟ ହୋଇଛି। ୫୦ ବର୍ଷ ବୟସ ଏହି ପୂର୍ବତନ ଲେଗ୍‌-ସ୍ପିନର ଜାତୀୟ ଦଳ ପକ୍ଷରୁ ୧୭ ଟେଷ୍ଟ ଓ ୧୮ ଦିନିକିଆ ମ୍ୟାଚ୍‌ ଖେଳି ଯଥାକ୍ରମେ ୬୬ ଓ ୨୩ ଉଇକେଟ୍‌ ଅକ୍ତିଆର କରିଛନ୍ତି। ଦଳରେ ଅଧିକ ସ୍ପିନର ରହିଥିବାରୁ ଜଣେ ସ୍ପିନ ବୋଲିଂ କୋଚ୍‌ଙ୍କ ଆବଶ୍ୟକତା ରହିଛି ବୋଲି ନିକଟରେ ଭାରତୀୟ ଟି୨୦ ଦଳର ଅଧିନାୟିକା ହର୍‌ମନପ୍ରୀତ୍‌ କୌର କହିଥିଲେ। ଭାରତୀୟ ଦଳରେ ବର୍ତ୍ତମାନ ପୁନମ ଯାଦବ, ଏକତା ବିସ୍ତ ଓ ଦୀପ୍ତି ଶର୍ମାଙ୍କ ରୂପରେ ୩ଜଣ ସ୍ପିନର ରହିଛନ୍ତି। ‘ହିରଓ୍ବାନୀ ଜାତୀୟ କ୍ରିକେଟ ଏକାଡେଭୀ ସହ ବ୍ୟସ୍ତ ରହୁଥିବାରୁ ଏହା ଏକ ପୂର୍ଣ୍ଣକାଳୀନ ଦାୟିତ୍ୱ ନୁହେଁ। ସେ ଦଳ ସହିତ ଗସ୍ତ କରିବେ। ସେହିଭଳି ନିକଟରେ ଏନ୍‌ସିଏରେ ଚାଲିଥିବା ଟିମ୍‌ର କ୍ୟାମ୍ପରେ ମଧ୍ୟ ସେ କାର୍ଯ୍ୟ କରିବେ’ ବୋଲି ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ଅଧିକାରୀ କହିଛନ୍ତି। ଗତ ମାର୍ଚ୍ଚ ମାସରୁ ପ୍ରତିଦ୍ୱନ୍ଦ୍ୱୀତାମୂଳକ କ୍ରିକେଟ୍‌ ଖେଳି ନ ଥିବା ଭାରତୀୟ ଦଳ ସେପ୍ଟେମ୍ବରରେ ଘରୋଇ ମାଟିରେ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଖେଳିବାର କାର୍ଯ୍ୟସୂଚୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri