ହିଲଭିୟୁ ପାର୍କରେ ଚାଲିଲା ଟୟଟ୍ରେନ

ଦାରିଙ୍ଗବାଡ଼ି,୨୦ା୭(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଠାରେ ରହିଥିବା ପର୍ଯ୍ୟଟନକେନ୍ଦ୍ର ହିଲଭିୟୁ ପାର୍କ ପରିସରରେ ଶନିବାର ଶିଶୁ ପର୍ଯ୍ୟଟକଙ୍କ ପାଇଁ ଟୟଟ୍ରେନ ଆରମ୍ଭ ହୋଇଛି। ଦୀର୍ଘଦିନ ହେଲା ଉକ୍ତ ଟୟଟ୍ରେନର କାର୍ଯ୍ୟ ଚାଲିଥିବାବେଳେ କିଛିଦିନ ହେଲା ଠିକା ସଂସ୍ଥା ପକ୍ଷରୁ ଅବହେଳା କରାଯିବା ପ୍ରସଙ୍ଗ ବାରମ୍ବାର ବୈଠକରେ ଆଲୋଚନା ହେଉଥିଲା। ପ୍ରଶାସନିକ ସ୍ତରରେ ଅବହେଳାକୁ ନେଇ ଏକାଧିକ ଥର ଧରିତ୍ରୀରେ ଖବର ପ୍ରକାଶିତ ହେବାପରେ ସ୍ଥାନୀୟ ପ୍ରଶାସନ ଏହାକୁ ଗୁରୁତର ଭାବେ ନେଇ ଆରମ୍ଭ କରିଛି ା ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ବୁଲିବାକୁ ଆସୁଥିବା ବେଳେ ସେପ୍ଟେମ୍ବର ଠାରୁ ମାର୍ଚ୍ଚ ପର୍ଯ୍ୟନ୍ତ ଲକ୍ଷାଧିକ ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସିଥାନ୍ତି। ହେଲେ ଶିଶୁ ପର୍ଯ୍ୟଟକଙ୍କ ପାଇଁ ସେମିତି କିଛି ଆଖିଦୃଶିଆ ସୁବିଧା ନଥିବାବେଳେ ସେମାନଙ୍କୁ ଆକୃଷ୍ଟ କଲାଭଳି କୌଣସି ବ୍ୟବସ୍ଥା ନଥିଲା। ଏବେ ଶିଶୁ ପର୍ଯ୍ୟଟକଙ୍କୁ ଟୟ ଟ୍ରେନ୍‌ ଆକୃଷ୍ଟ କରିପାରିବ ବୋଲି ପାର୍କର ରକ୍ଷଣାବେକ୍ଷଣ କରୁଥିବା ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ କହିଛନ୍ତି। ରବିବାରଠାରୁ ଶିଶୁ ପର୍ଯ୍ୟଟକଙ୍କୁ ଏହା ସମର୍ପିତ କରାଯିବାକୁ ଲକ୍ଷ ରଖାଯାଇଛି। ସୂଚନାଯୋଗ୍ୟଯେ ଉକ୍ତ ଟୟଟ୍ରେନ ପାଇଁ ପ୍ରାୟ ୬ଲକ୍ଷ ଟଙ୍କା ଅନୁଦାନ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri