ହିସାବ ଚୂଡ଼ାନ୍ତ କରିବା ପାଇଁ ଏୟାର ଇଣ୍ଡିଆକୁ ୫୦ ଦିନ ସମୟ

ନୂଆଦିଲ୍ଲୀ,୧୨-୫: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଉପରେ ଏବେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ଋଣ ବକେୟା ରହିଛି। ଚଳିତ ଆର୍ଥିକ ବର୍ଷରେ ଉଡ଼ାଣ ଭରିବାକୁ ହେଲେ ଏହାକୁ ଅତିକମ୍‌ରେ ୧୨ ହଜାର କୋଟି ଟଙ୍କାର ବକେୟା ଋଣ ଫେରସ୍ତ କରିବାକୁ ହେବ। ଏଣୁ ଏ ସମ୍ପର୍କରେ ନୂଆ ସରକାର ନିଷ୍ପତ୍ତି ନେବେ। ଏହି କାରଣରୁ ଗତ ଆର୍ଥିକ ବର୍ଷ ୨୦୧୮-୧୯ର ହିସାବକିତାବ ଚୂଡ଼ାନ୍ତ କରିବା ଲାଗି କେନ୍ଦ୍ର ସରକାର ଏୟାର ଇଣ୍ଡିଆ ଓ ଏହାର ସହାୟକ କମ୍ପାନୀଗୁଡ଼ିକର ମ୍ୟାନେଜମେଣ୍ଟକୁ ୫୦ ଦିନ ସମୟ ଦେଇଛନ୍ତି। ଆଗାମୀ ଦିନରେ ବିଡ଼୍‌ ପ୍ରକ୍ରିୟା ଆରମ୍ଭ କରିବା ଲାଗି ନୂଆ ସରକାର ଏହାକୁ ଆଧାର ଭାବେ ଗ୍ରହଣ କରିବେ। ବେସାମରିକ ବିମାନ ଚଳାଚଳ ସଚିବ ପି.ଏସ୍‌. ଖରୋଲା ଏ ସମ୍ପର୍କରେ ଏୟାର ଇଣ୍ଡିଆ ଅଧ୍ୟକ୍ଷ ଅଶ୍ୱିନୀ ଲୋହାନୀଙ୍କୁ ପତ୍ର ଲେଖିଛନ୍ତି। ଏଥିରେ ଦର୍ଶାଯାଇଛି ଯେ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏପ୍ରିଲ ପହିଲାରେ ଏୟାର ଇଣ୍ଡିଆ ଓ ଏହାର ସହଯୋଗୀ କମ୍ପାନୀଗୁଡ଼ିକୁ ବିକ୍ରି କରିବା ନେଇ ଆଲୋଚନା କରାଯାଇଥିଲା। ଏଆଇଏଟିଏସ୍‌ଏଲ୍‌, ଏଆଇଇଏସ୍‌ଏଲ୍‌ ଏବଂ ଏଏଏସ୍‌ଏଲ୍‌ରୁ ପୁଞ୍ଜିପ୍ରତ୍ୟାହାରକୁ ତ୍ୱରାନ୍ବିତ କରିବା ଲାଗି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏହି କାରଣରୁ ଏଗୁଡ଼ିକର ୨୦୧୮-୧୯ର ଅଡିଟ୍‌ ହୋଇଥିବା ହିସାବକିତାବ ରିପୋର୍ଟ ଆବଶ୍ୟକ। ଜୁନ୍‌ ସୁଦ୍ଧା ଏହି ରିପୋର୍ଟ ପ୍ରଦାନ କରିବାକୁ ଏୟାର ଇଣ୍ଡିଆକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri