ହୀରାକୁଦରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରାଯାଉ: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କଲେ ଧର୍ମେନ୍ଦ୍ର

ସମ୍ବଲପୁର,୨୪।୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାର ହୀରାକୁଦ ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଝାଡ଼ାବାନ୍ତି ସଂକ୍ରମଣକୁ ରୋକିବା ପାଇଁ ପ୍ରଭାବିତ ଅଞ୍ଚଳରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ମନସୁଖ ମାଣ୍ଡଭୀୟଙ୍କୁ ଚିଠି ଜରିଆରେ ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ହୀରାକୁଦ ଅଞ୍ଚଳରେ ଝାଡ଼ାବାନ୍ତି ସଂକ୍ରମଣ ବୃଦ୍ଧି ପାଇବା କାରଣରୁ ଲୋକଙ୍କ ସ୍ବାସ୍ଥ୍ୟ ପ୍ରତି ବିପଦ ଦେଖାଦେବା ସହ ଝାଡ଼ାବାନ୍ତିକୁ ନିୟନ୍ତ୍ରଣ କରି ତୁରନ୍ତ ପ୍ରତିଷେଧକମୂଳକ ପଦକ୍ଷେପ ନେବା ଅତ୍ୟନ୍ତ ଜରୁରୀ ହୋଇପଡିଛି। ପାନୀୟ ଜଳ ସଂକ୍ରମଣ ହୋଇଥିବା କାରଣରୁ ଏହି ରୋଗ ବ୍ୟାପୁଥିବା ସନ୍ଦେହ କରାଯାଉଥିବା ବେଳେ ନିମ୍ନମାନର ପାଣି ପାଇପ ଫାଟି ଏହି ରୋଗ ବ୍ୟାପୁଥିବା ନେଇ ଲୋକମାନେ ଅଭିଯୋଗ କରିଛନ୍ତି।

ଏହି ଘଟଣା ଜନସାଧାରଣ ବିଶେଷ ଭାବରେ ଶିଶୁ ଓ ବୟସ୍କଙ୍କ ସ୍ବାସ୍ଥ୍ୟସମସ୍ୟା ପ୍ରତି ବଡ ବିପଦ ଦେଖାଯାଇଛି। ତେଣୁ ଜନସାଧାରଣଙ୍କ ଜରୁରୀକାଳୀନ ମେଡିକାଲ ସହାୟତା ଯୋଗାଇଦେବା ପାଇଁ ପ୍ରଭାବିତ ଅଞ୍ଚଳରେ କେନ୍ଦ୍ରୀୟ ମେଡିକାଲ ଟିମ୍‌ ନିୟୋଜିତ କରିବା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରଧାନ। ଆକ୍ରାନ୍ତଙ୍କୁ ଠିକ୍‌ ସ୍ବାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ସମ୍ବଲପୁର ସିଡିଏମଓ ଡାକ୍ତର ସୁଜାତା ରାଣୀ ମିଶ୍ରଙ୍କ ସହ କଥା ହୋଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଥିବା ଭାଜପା କ୍ଷେତ୍ରୀୟ ଗଣମାଧ୍ୟମ ସଂଯୋଜକ ମାନସ ରଞ୍ଜନ ବକ୍ସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ମହିଳା ଆଇନଜୀବୀଙ୍କ ଆକସ୍ମିକ ବିୟୋଗ: ଚାରିଆଡ଼େ ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି, ୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟା ଆଇନଜୀବି ରମା ସୁବୁଦ୍ଧିଙ୍କ ସୋମବାର ଆକସ୍ମିକ ପରଲୋକ ହୋଇଯାଇଛି। ଗତ ୧୯୫୨…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri