ହୀରାକୁଦର ୨୦ଟି ଗେଟ୍‌ ଖୋଲିଲା

ସମ୍ବଲପୁର, ୧୫।୮(ବ୍ୟୁରୋ.): ହୀରାକୁଦ ଜଳଭଣ୍ଡାରରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୨୦ଟି ଗେଟ୍‌ ଖୋଲାଯାଇଛି। ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇବାରୁ ୨୦ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଡ୍ୟାମ୍‌ର ଜଳସ୍ତର ୬୨୧.୮୫ ଫୁଟ ରହିଥିବା ଜଳସମ୍ପଦ ବିଭାଗ ପକ୍ଷରୁ ସୂଚିତ କରାଯାଇଛି।