ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯିବା ପରେ ଜଳଭଣ୍ଡାରର ୪ଟି ସ୍ଲୁଇସ ଗେଟ୍‌କୁ ଖୋଲାଯାଇଛି। ଏହି ଗେଟ୍‌ଗୁଡ଼ିକ ମଧ୍ୟରୁ ବାମପାର୍ଶ୍ୱରୁ ୩ଟି ଏବଂ ଦକ୍ଷିଣ ପାର୍ଶ୍ୱରୁ ଗୋଟିଏ ସ୍ଲୁଇସ ଗେଟ ଦେଇ ବନ୍ୟା ଜଳ ମହାନଦୀକୁ ଛଡ଼ାଯାଉଛି। ବର୍ତ୍ତମାନ ସୁଦ୍ଧା ୪ଟି ସ୍ଲୁଇସ ଗେଟ ମାଧ୍ୟମରେ ପ୍ରାୟ ୬୪ ହଜାର କ୍ୟୁସେକ ବନ୍ୟା ଜଳ ନିଷ୍କାସିତ ହେଉଥିବା ବେଳେ ପାୱାର ଚ୍ୟାନେଲ ଓ ଇରିଗେସନକୁ ମିଶାଇ ମୋଟ ୯୫ ହଜାର କ୍ୟୁସେକ ଜଳ ମହାନଦୀରେ ନିସ୍କାସିତ ହେଉଛି।
ଅପରପକ୍ଷରେ ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ପ୍ରାୟ ୧ ଲକ୍ଷ ୭୪ ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି। ତେବେ ଉପର ମୁଣ୍ଡରେ ବର୍ତ୍ତମାନ ବର୍ଷାର ପରିମାଣ କମ ଥିବାରୁ ଏବଂ ମୁଣ୍ଡଳୀଠାରେ ଜଳସ୍ତର ହ୍ରାସ ପାଇଛି। ତେଣୁ ତଳିଆ ଅଞ୍ଚଳରେ ବନ୍ୟା ସୃଷ୍ଟି ହେବାର କୌଣସି ଆଶଙ୍କା ନାହିଁ ବୋଲି ହୀରାକୁଦ ମୁଖ୍ୟ ବନ୍ଧ ତଥା ଅପର ମହାନଦୀ ବେସିନ ମୁଖ୍ୟଯନ୍ତ୍ରୀ ଈଂ. ପ୍ରତାପ ଚନ୍ଦ୍ର ଚୌଧୁରୀ କହିଛନ୍ତି। ସେ କହିଛନ୍ତି, ଆଗକୁ ସନ୍ଧ୍ୟା ସୁଦ୍ଧା ପରିସ୍ଥିତିକୁ ଦେଖି ଆଉ ୫ଟି ଗେଟ ଖୋଲାଯାଇପାରେ, ଯାହାଦ୍ୱାରା ମୋଟ ୯ଟି ଗେଟ ଦେଇ ଜଳ ନିଷ୍କାସନ କରାଯିବ। ଏହି ବନ୍ୟା ଜଳ ସମ୍ବଲପୁର ଦେଇ ମୁଣ୍ଡଳୀରେ ପହଞ୍ଚିବା ପାଇଁ ପ୍ରାୟ ୩୬ ଘଣ୍ଟା ସମୟ ଲାଗିବ ଏବଂ ସେତେବେଳକୁ ସେଠାରେ ଜଳସ୍ତର ଯଥେଷ୍ଟ କମି ଯାଇଥିବାରୁ ସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିବ ବୋଲି ମୁଖ୍ୟଯନ୍ତ୍ରୀ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri